ଓଡିଶା

୧୯ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି । ଆସନ୍ତା ୨୭ ପର୍ଯ୍ୟନ୍ତ ରାଜ୍ୟରେ ଜାରି ରହିବ ବର୍ଷା

ବ୍ୟୁରୋ ରିପୋର୍ଟ : ସାରା ରାଜ୍ୟରେ ଜାରି ରହିଛି ମୌସୁମୀ ବର୍ଷା । ଆସନ୍ତା ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟରେ ଏପରି ବର୍ଷା ଜାରି ରହିବ । ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଓଡ଼ିଶା ଛୁଇଁବା ପରେ କିଛି ଜିଲ୍ଲାରେ ମୌସୁମୀ ବର୍ଷା ଲାଗି ରହିଛି । ଆଜି ୧୯ ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ।

ପାଣିକେନ୍ଦ୍ରର ସୂଚନା ଅନୁସାରେ କଟକ, ଯାଜପୁର, ଢେଙ୍କାନାଳ, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାର କେତେକ ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ପୁରୀ, ଖୋର୍ଦ୍ଧା, ନୟାଗଡ଼, ଜଗତସିଂହପୁର, କେନ୍ଦ୍ରାପଡ଼ା, ଭଦ୍ରକ, ବାଲେଶ୍ୱର, ସୁନ୍ଦରଗଡ଼, ଦେବଗଡ଼, ସମ୍ବଲପୁର, ସୁବର୍ଣ୍ଣପୁର, ବୌଦ୍ଧ, ଅନୁଗୁଳ, କନ୍ଧମାଳ ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା ରହିଛି ।

ସେହିପରି ୨୫ ତାରିଖ ଦିନ କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ଅନୁଗୁଳ, ବୌଦ୍ଧ, ସମ୍ବଲପୁର, ସୁବର୍ଣ୍ଣପୁର, ବରଗଡ଼ ଓ ଝାରସୁଗୁଡ଼ା ଜିଲ୍ଲାର କେତେକାଂଶରେ ପ୍ରବଳରୁ ଅତିପ୍ରବଳ ବର୍ଷାର ସମ୍ଭାବନା ରହିଛି । ଏଣୁ ଏହି ସବୁ ଜିଲ୍ଲା ପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । ସେହିଭଳି ପ୍ରବଳ ବର୍ଷା ସମ୍ଭାବନା ଥିବାରୁ ମୟୂରଭଞ୍ଜ, ଯାଜପୁର, ଢେଙ୍କାନାଳ, କଟକ, କନ୍ଧମାଳ, କଳାହାଣ୍ଡି, ବଲାଙ୍ଗୀର, ନୂଆପଡ଼ା ଓ ନୟାଗଡ଼ ଆଦି ଜିଲ୍ଲାରେ ୟେଲୋ ୱା‌ର୍ଣ୍ଣିଂ ଜାରି ହୋଇଛି । ୨୬ ତାରିଖ ଦିନ ଅନୁଗୁଳ, ସମ୍ବଲପୁର, ସୁବର୍ଣ୍ଣପୁର, ବୌଦ୍ଧ, ବରଗଡ଼, ବଲାଙ୍ଗୀର ଓ କଳାହାଣ୍ଡି ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏଥିସହ ରାଜ୍ୟର ଅବଶିଷ୍ଟ ଜିଲ୍ଲାରେ ମଧ୍ୟ ବର୍ଷା ସମ୍ଭାବନା ରହିଛି ।

Smaranika Sahoo

About Author

Smaranika is a very passionate writer with a deep love for storytelling and creative expression. Writing has always been more than just a skill, that allows to connect with readers.

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା