ପାରଳାଖେମୁଣ୍ଡିସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ

ଗଜପତି : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ଏହି ଅବସରରେ ମୁଖ୍ୟ ଅତିଥିଭାବେ ଗଣପତି ସାବତ ଫାଉଣ୍ଡେସନର ସଭାପତି ବିନୋଦ ଚନ୍ଦ୍ର ସାବତ ଉପସ୍ଥିତ ରହି କାର୍ଯ୍ୟକ୍ରମକୁ ଉଦଘାଟନ କରିଥିଲେ । ଏଥିରେ ଅନ୍ୟତମ ମୁଖ୍ୟ ଅତିଥି ଭାବେ ସରସ୍ଵତୀ ଡିଗ୍ରୀ ବିଦ୍ୟାମନ୍ଦିର, ନୀଳକଣ୍ଠ ନଗର (ବ୍ରହ୍ମପୁର) ଅଧ୍ୟକ୍ଷ ଡ. ସୁବ୍ରତ ପାଣିଗ୍ରାହୀ ଉପସ୍ଥିତ ଥିବାବେଳେ ସମ୍ମାନିତ ଅତିଥି ଭାବେ ଜିଲ୍ଲା ବିଜ୍ଞାନ ନିରୀକ୍ଷକ କେ. ରବି କୁମାର, ଅବସରପ୍ରାପ୍ତ ବି.ଇ.ଓ (ଗୋଷାଣୀ) ବାଳକୃଷ୍ଣ ମାଝୀ, ଅବସରପ୍ରାପ୍ତ ବିଜ୍ଞାନ ଶିକ୍ଷକ ଗୌରାଙ୍ଗ ପାଣିଗ୍ରାହୀ ପ୍ରମୁଖ ଯୋଗ ଦେଇଥିଲେ ।

ଆୟୋଜିତ ବିଜ୍ଞାନ ମେଳାରେ ମୋଟ ୧୫୦ରୁ ଉର୍ଦ୍ଧ୍ବ ପ୍ରକଳ୍ପ ପ୍ରଦର୍ଶିତ ହୋଇଥିଲା । ଏଥିରେ ପାରଳାଖେମୁଣ୍ଡି ସହରର ବିଭିନ୍ନ ସରକାରୀ ତଥା ବେସରକାରୀ ବିଦ୍ୟାଳୟର ଛାତ୍ରଛାତ୍ରୀ ଭାଗ ନେଇଥିଲେ ।
ରିପୋର୍ଟ : ଗଜପତିରୁ ବିବେକାନନ୍ଦ ବେହେରା