ଓଡିଶା ଟ୍ରେଣ୍ଟିଂ

ଆଗାମୀ ୧୨ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା, ବଢିପାରେ ବର୍ଷାର ପରିମାଣ…

ଭୁବନେଶ୍ବର : ଉତ୍ତର-ପୂର୍ବ, ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ହେବା କାରଣରୁ ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ଏହି ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୧୨ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍‌ କରି ସୂଚନା ଦିଆଯାଇଛି ।

ସୂଚନା ଅନୁସାରେ, ଉତ୍ତର-ପୂର୍ବ, ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନ ଠାରୁ ବାୟୁମଣ୍ଡଳରେ ୭.୬ କିମି ଉଚ୍ଚତା ଯାଏଁ ବ୍ୟାପିଛି । ଏହି ଘୂର୍ଣ୍ଣିବଳୟ ପ୍ରଭାବରେ ବଙ୍ଗୋପସାଗରର ସମାନ ଅଞ୍ଚଳରେ ଆଗାମୀ ୧୨ ଘଣ୍ଟା ମଧ୍ୟରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ୪୮ ଘଣ୍ଟାରେ ପ୍ରବଳ ବର୍ଷା ହେବ । ଏ ନେଇ ୧୪ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି । କନ୍ଧମାଳ, କଳାହାଣ୍ଡି, ବୌଦ୍ଧ ଜିଲ୍ଲାରେ ୨୦ ସେଣ୍ଟିମିଟରରୁ ଅଧିକ ବର୍ଷା ହେବ ।

ସେପଟେ ୧୮ ତାରିଖରେ ସମ୍ୱଲପୁର, ସୋନପୁର, ବଲାଙ୍ଗିର, କଳାହାଣ୍ଡି, କନ୍ଧମାଳ, ଅନୁଗୋଳ, ଗଞ୍ଜାମ, ଯାଜପୁର, ଭଦ୍ରକ, କେନ୍ଦ୍ରାପଡ଼ା ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହୋଇପାରେ । ସେହିପରି ବୌଦ୍ଧ, ଢେଙ୍କାନାଳ, ଖୋର୍ଦ୍ଧା, ପୁରୀ ଓ ଜଗତସିଂହପୁର ଜିଲ୍ଲାରେ କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସବୁ ଜିଲ୍ଲାରେ ୧୨ରୁ ୨୦ ସେଣ୍ଟିମିଟର ପର୍ଯ୍ୟନ୍ତ ବର୍ଷା ହେବାର ସମ୍ଭାବନା ରହିଛି । ଏହି ସମୟରେ ତଳିଆ ଅଞ୍ଚଳରେ ପାଣି ଜମିବାର ସମ୍ଭାବନା ରହିଛି । ଏଥିପାଇଁ ପାଣିପାଗ ବିଭାଗ ପକ୍ଷରୁ ଲୋକଙ୍କୁ ସର୍ତକ କରାଯାଇଛି ।

ବ୍ୟୁରୋ ରିପୋର୍ଟ

Smaranika Sahoo

About Author

Smaranika is a very passionate writer with a deep love for storytelling and creative expression. Writing has always been more than just a skill, that allows to connect with readers.

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା