ଓଡିଶା ଟ୍ରେଣ୍ଟିଂ

ଭି.କେ ପାଣ୍ଡିଆନଙ୍କ ଉପରକୁ କାଳିମାଡ…

ପୁରୀ : ୫ଟି ସଚିବ ଭି.କେ ପାଣ୍ଡିଆନଙ୍କ ଉପରକୁ କାଳିମାଡ । ପୁରୀ ଜିଲ୍ଲା ସତ୍ୟବାଦୀରେ କାଳି ମାଡ ହୋଇଛି । ସେଠାରେଥିବା ୟୁଜିଏସ୍ କଲେଜ ସଭାରେ ଯୋଗ ଦେବାକୁ ଯିବାବେଳେ ଜଣେ ବ୍ୟକ୍ତି ତାଙ୍କ ଉପରକୁ କାଳି ମାଡ଼ କରିଥିଲେ । ତେବେ କାଳି କେବଳ ୫ଟି ସଚିବ ଭି.କେ ପାଣ୍ଡିଆନଙ୍କ ମୁହଁରେ ପଡ଼ି ନ ଥିଲା, ଏହା ସହିତ ପୁରୀ ଜିଲ୍ଲାପାଳଙ୍କ ମୁହଁରେ ମଧ୍ୟ କାଳି ପଡ଼ିଛି । କାଳିମାଡ଼ କରିଥିବା ବ୍ୟକ୍ତିକୁ ତୁରନ୍ତ ପୋଲିସ ନିଜ ହେପାଜତକୁ ନେଇଛି । ତାଙ୍କ ଘର ସତ୍ୟବଦୀ ଅଞ୍ଚଳରେ ବୋଲି ଜଣାପଡ଼ିଛି । ସୂଚନା ଅନୁସାରେ, ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶକ୍ରମେ ୨ ଦିନିଆ ପୁରୀ ଗସ୍ତରେ ଯାଇଥିଲେ ୫ଟି ସଚିବ ଭି.କେ ପାଣ୍ଡିଆନ ।

ଆଜି ୫ଟି ସଚିବଙ୍କ କାକଟପୁର, ନିମାପଡ଼ା, ପୁରୀ ଓ ସତ୍ୟବାଦୀରେ କାର୍ଯ୍ୟକ୍ରମ ଥିଲା । ସେ କାକଟପୁର, ନିମାପଡ଼ା ଓ ପୁରୀରେ କାର୍ଯ୍ୟକ୍ରମ ସାରି ସତ୍ୟବାଦୀରେ ପହଞ୍ଚିଥିଲେ । ୟୁଜିଏସ୍ କଲେଜରେ ଆୟୋଜିତ ହୋଇଥିବା ସଭାରେ ଯୋଗ ଦେବା ପୂର୍ବରୁ ସେ ଉପସ୍ଥିତ ମିଶନ ଶକ୍ତି ମହିଳାଙ୍କ ସହ ହାତ ମିଳାଇଥିଲେ । ଏହି ସମୟରେ ଜଣେ ବ୍ୟକ୍ତି ହଠାତ୍ ସେଠାକୁ ଯାଇ ବୋତଲରେ ଆଣିଥିବା କାଳିକୁ ପାଣ୍ଡିଆନଙ୍କ ଉପରକୁ ଫିଙ୍ଗି ଦେଇଥିଲା । ଫଳରେ କାଳି ୫ଟି ସଚିବ ଏବଂ ପୁରୀ ଜିଲ୍ଲାପାଳଙ୍କ ମୁହଁରେ ପଡ଼ିଥିଲା । ତେବେ ଉକ୍ତ ବ୍ୟକ୍ତି ଜଣଙ୍କ କାହିଁକି ପାଣ୍ଡିଆନଙ୍କୁ କାଳିମାଡ଼ କଲେ, ତାହା ଜଣାପଡ଼ି ନାହିଁ ।

Smaranika Sahoo

About Author

Smaranika is a very passionate writer with a deep love for storytelling and creative expression. Writing has always been more than just a skill, that allows to connect with readers.

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା