ଅବସରପ୍ରାପ୍ତ ଶିକ୍ଷଙ୍କୁ ସମ୍ବର୍ଦ୍ଧିତ କଲେ ପୂଜ୍ୟ ମହନ୍ତ ଶ୍ରୀ ରାମାନନ୍ଦ ଦାଶ

ଗଜପତି : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିସ୍ଥିତ ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ଭାରତର ପ୍ରଥମ ଉପ-ରାଷ୍ଟ୍ରପତି ତଥା ଦ୍ଵିତୀୟ ରାଷ୍ଟ୍ରପତି ସର୍ବପଲ୍ଲୀ ରାଧାକୃଷ୍ଣନଙ୍କ ଜନ୍ମଦିନ ଅବସରରେ ପବିତ୍ର ଗୁରୁ ଦିବସ ପାଳିତ ହୋଇଯାଇଛି । ଏହି ଉପଲକ୍ଷେ ଅବସରପ୍ରାପ୍ତ ସରକାରୀ ଶିକ୍ଷକ ଦାମୋଦର ଜେନାଙ୍କୁ ଅନୁଷ୍ଠାନର ବରିଷ୍ଠ ଉପଦେଷ୍ଟା ପୂଜ୍ୟ ମହନ୍ତ ଶ୍ରୀ ରାମାନନ୍ଦ ଦାଶ ଉପଢୌକନ, ପୁଷ୍ପଗୁଚ୍ଛ ଏବଂ ଶ୍ରୀଫଳ ଦେଇ ସମ୍ବର୍ଦ୍ଧିତ କରିଥିଲେ ।

ପରେ ଛାତ୍ରଛାତ୍ରୀମାନେ ଗୁରୁଙ୍କ ଉଦ୍ଦେଶ୍ୟରେ ନିଜର ବକ୍ତବ୍ୟ ପ୍ରଦାନ କରିଥିଲେ । କାର୍ଯ୍ୟକ୍ରମ ଶେଷରେ ଶିଶୁମାନେ ଭକ୍ତିର ସହ ଗୁରୁ ପୂଜନ କରିଥିଲେ । ଶେଷରେ ବିଦ୍ୟାଳୟର ପରିଚାଳନା ସମିତିର ସଦସ୍ୟ ବୃନ୍ଦ ବିଦ୍ୟାଳୟର ଆଚାର୍ଯ୍ୟ ଆଚାର୍ଯ୍ୟା ତଥା ସେବକ ସେବିକାଙ୍କୁ ପୁଷ୍ପଗୁଚ୍ଛ ଓ ଉପହାର ଦେଇ ସମ୍ବର୍ଦ୍ଧିତ କରିଥିଲେ । ଏହି କାର୍ଯ୍ୟକ୍ରମରେ ଅନୁଷ୍ଠାନର ପ୍ରଧାନ ଆଚାର୍ଯ୍ୟ ସରୋଜ କୁମାର ପଣ୍ଡା ସମସ୍ତଙ୍କୁ ଧନ୍ୟବାଦ ଅର୍ପଣ କରିଥିଲେ ।
ରିପୋର୍ଟ : ଗଜପତିରୁ ବିବେକାନନ୍ଦ ବେହେରା