ଓଡିଶା

ଓଡ଼ିଶା ହାଇକୋର୍ଟରେ ଯୋଡି ହେଲେ ଆଉ ଦୁଇ ବିଚାରପତି…

ଓଡ଼ିଶା ହାଇକୋର୍ଟର ନୂଆ ବିଚାରପତି ଭାବେ ଆଜି ଶପଥ ନେଇଛନ୍ତି ଜଷ୍ଟିସ ଶିବଶଙ୍କର ମିଶ୍ର ଓ ଜଷ୍ଟିସ ଆନନ୍ଦ ଚନ୍ଦ୍ର ବେହେରା । ଉଭୟଙ୍କୁ ଓଡ଼ିଶା ଉଚ୍ଚ ନ୍ୟାୟଳୟର ମୁଖ୍ୟ ବିଚାରପତି ଜଷ୍ଟିସ୍ ଶୁଭାଶିଷ ତାଳପତ୍ର ଶପଥପାଠ କରାଇଛନ୍ତି । ଦୁଇ ନୂଆ ବିଚାରପତିଙ୍କ ଶପଥ ଗ୍ରହଣ ପରେ ଓଡ଼ିଶା ହାଇକୋର୍ଟରେ ବିଚାରପତିଙ୍କ ସଂଖ୍ୟା ୨୨ର ପହଞ୍ଚିଛି । ଅଗଷ୍ଟ ୧୭ ତାରିଖରେ ଦୁଇ ବିଚାରପତିଙ୍କ ନିଯୁକ୍ତି ପାଇଁ ସୁପ୍ରିମକୋର୍ଟ କଲେଜିୟମ ସୁପାରିସ କରିଥିଲେ । ଏହାସହ ଉଭୟଙ୍କ ନିଯୁକ୍ତି ନେଇ କେନ୍ଦ୍ର ଆଇନ ଓ ନ୍ୟାୟ ମନ୍ତ୍ରଣାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା ।

ଜୟପୁରରେ ୧୯୬୮ମସିହାରେ ଜନ୍ମଗ୍ରହଣ କରିଥିଲେ ଜଷ୍ଟିସ ଶିବଶଙ୍କର ମିଶ୍ର । ସେ କୋରାପୁଟର ଜୟପୁର ଲ’ କଲେଜରୁ ଏଲଏଲବି ଡିଗ୍ରୀ ହାସଲ କରିଥିଲେ । କୋରାପୁଟ ଜିଲ୍ଲାର ପ୍ରଥମ ବ୍ୟକ୍ତିଭାବେ ସେ ହାଇକୋର୍ଟର ବିଚାରପତି ଭାବେ ନିଯୁକ୍ତି ‌ପାଇବାକୁ ଯାଉଛନ୍ତି ବୋଲି ଚର୍ଚ୍ଚା ହେଉଛି । ଜଷ୍ଟିସ ଶିବଶଙ୍କର ମିଶ୍ର ୧୯୯୧ ମସିହାରେ ଆଇନଜୀବୀ ଭାବେ ନିଜ କ୍ୟାରିୟର ଆରମ୍ଭ କରିଥିଲେ । ତାଙ୍କ ପାଖରେ ରହିଛି ଦୀର୍ଘ ୩୦ ବର୍ଷର ଅଭିଜ୍ଞତା ଏବଂ ଅନୁଭବ । ଦେୱାନୀ, ଫୌଜଦାରୀ ଓ ଚାକିରି ସମ୍ପର୍କିତ ଆଇନରେ ତାଙ୍କ ସ୍ୱତନ୍ତ୍ର ଦକ୍ଷତା ରହିଛି । ଏହାସହ ସୁପ୍ରିମକୋର୍ଟରେ ସେ ଓଡ଼ିଶା ସରକାରଙ୍କ ପକ୍ଷରୁ ଆଡଭୋକେଟ ଅନ୍ ରେକର୍ଡ ଅଛନ୍ତି । ସେ ଓଡ଼ିଶା ହାଇକୋର୍ଟ ଓ ‌କେନ୍ଦ୍ର ସରକାରଙ୍କ ପାଇଁ ସୁପ୍ରିମକୋର୍ଟରେ ଆଇନଜୀବୀ ଭାବେ ଦାୟିତ୍ବ ନିର୍ବାହ କରୁଛନ୍ତି ।

ସେହିଭଳି ଜଷ୍ଟିସ୍ ଆନନ୍ଦ ଚନ୍ଦ୍ର ବେହେରା ୧୯୬୪ ମେ ୨୩ରେ ବାଲେଶ୍ୱରରେ ଜନ୍ମଗ୍ରହଣ କରିଥିଲେ । ରାଜ୍ୟର ବିଭିନ୍ନ ସ୍ଥାନରେ ସେ ବରିଷ୍ଠ ବିଚାର ବିଭାଗୀୟ ଅଧିକାରୀ ଭାବେ କାର୍ଯ୍ୟ କରିଛନ୍ତି । ଜଷ୍ଟିସ ଆନନ୍ଦ ଚନ୍ଦ୍ର ବେହେରା ୨୦୦୪ ମସିହାରେ ଫାଷ୍ଟ ଟ୍ରାକ୍ କୋର୍ଟର ବିଚାର ବିଭାଗରେ ଯୋଗ ଦେଇଥିଲେ । ୨୦୧୩ରେ ଜିଲ୍ଲା ଜଜ୍‌ ରେଗୁଲାର କ୍ୟାଡରରେ ଯୋଗ ଦେଇଥିଲେ । ଏହାସହ ରାଜ୍ୟ ସରକାରଙ୍କ ବିଭିନ୍ନ ପଦ ପଦବୀରେ ସେ ଗୁରୁତ୍ୱପୂର୍ଣ୍ଣ କାର୍ଯ୍ୟ କରିଛନ୍ତି । ତାଙ୍କର ଉତ୍ତମ ବ୍ୟକ୍ତିଗତ ଓ ପେସାଗତ ଭାବମୂର୍ତ୍ତି ରହିଛି । ଜଷ୍ଟିସ୍ ବେହେରା ରାଜ୍ୟ ଭିଜିଲାନ୍ସରେ ଲିଗାଲ ଆଡଭାଇଜର ଭାବେ କାର୍ଯ୍ୟରତ ଥିବାବେଳେ ସୁପ୍ରିମକୋର୍ଟ କଲେଜିୟମ ତାଙ୍କ ନାଁ ସୁପାରିସ କରିଥିଲେ ।

Smaranika Sahoo

About Author

Smaranika is a very passionate writer with a deep love for storytelling and creative expression. Writing has always been more than just a skill, that allows to connect with readers.

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା