ଓଡ଼ିଶାର ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବସନ୍ତ କୁମାର ବିଶ୍ବାଳଙ୍କ ବିଂଶତମ ଶ୍ରାଦ୍ଧ ବାର୍ଷିକ ପାଳିତ

ଜଗତସିଂହପୁର : ଜଗତସିଂହପୁର ଜିଲ୍ଲା କଂଗ୍ରେସ ଓ ବସନ୍ତ କୁମାର ବିଶ୍ବାଳ ସ୍ମୃତି କମିଟି ପକ୍ଷରୁ ଓଡ଼ିଶାର ପୂର୍ବତନ ଉପ-ମୁଖ୍ୟମନ୍ତ୍ରୀ ସ୍ବର୍ଗତ ବସନ୍ତ କୁମାର ବିଶ୍ବାଳଙ୍କ ବିଂଶତମ ଶ୍ରାଦ୍ଧ ବାର୍ଷିକ ପାଳିତ ହୋଇଯାଇଛି । ସଭାପତି ରବିନ୍ଦ୍ର ନାଥ ମହାନ୍ତିଙ୍କ ନେତୃତ୍ୱରେ ଜିଲ୍ଲା ସଭାପତି ନଟବର ବାରିକ, ପୂର୍ବତନ ପୌରାଧ୍ୟକ୍ଷ ବିପ୍ଳବ ଚୌଧୁରୀ, ଯୁବ ନେତା ପ୍ରଶାନ୍ତ କୁମାର ମଲ୍ଲିକ, ବରିଷ୍ଠ କଂଗ୍ରେସ ନେତା ସର୍ବେଶ୍ୱର ପଣ୍ଡା ପ୍ରମୁଖ ଯୋଗ ଦେଇ କଲେଜ ଛକ ନିକଟସ୍ଥ ଗଣେଶ ଘାଟରେ ତିଳତର୍ପଣ କରିବା ସହିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ନିକଟରେ ଥିବା ସ୍ବର୍ଗତ ବିଶ୍ବାଳଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ତାଙ୍କର ସ୍ମୃତି ଚାରଣ କରିଥିଲେ । ଏହି ଅବସରରେ ସ୍ବର୍ଗତ ବିଶ୍ୱାଳଙ୍କର ଅବଦାନ କେବଳ ଜଗତସିଂହପୁର ଜିଲ୍ଲା ନୁହେଁ ସାରା ଓଡ଼ିଆ ପାଇଁ ଅତୁଳନୀୟ ବୋଲି ଜିଲ୍ଲା କଂଗ୍ରେସ ପକ୍ଷରୁ କୁହାଯାଇଛି ।
ରିପୋର୍ଟ : ଜଗତସିଂହପୁରରୁ ରୀତା ସାହୁ