ଜଗତସିଂହପୁରରେ ସଂଗଠିତ ହେଉଛନ୍ତି ବିଜେଡି ମହିଳା ଗୋଷ୍ଠୀ…

ଜଗତସିଂହପୁର : ଜଗତସିଂହପୁର ଜିଲ୍ଲା ବିଜୁ ମହିଳା ଜନତା ଦଳ ପକ୍ଷରୁ ସ୍ଥାନୀୟ ଶାରଦା ମଣ୍ଡପରେ ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ବିଜୁ ମହିଳା ଜନତା ଦଳର ସଭାନେତ୍ରୀ ସବିତା ମହାପାତ୍ରଙ୍କ ସଭାପତିତ୍ୱରେ ଆୟୋଜିତ ଏହି ମହିଳା କାର୍ଯ୍ୟକାରିଣୀ ବୈଠକରେ ଅତାବିରା ବିଧାୟିକା ତଥା ରାଜ୍ୟ ବିଜୁ ମହିଳା ଜନତା ଦଳର ସଭାନେତ୍ରୀ ସ୍ନେହାଙ୍ଗିନୀ ଛୁରିଆ, ଜଗତସିଂହପୁର ସାଂସଦ ଡାକ୍ତର ରାଜଶ୍ରୀ ମଲ୍ଲିକ, ଜିଲ୍ଲା ପର୍ଯ୍ୟବେକ୍ଷକ ତଥା ନୟାଗଡ଼ ବିଧାୟକ ଅରୁଣ ସାହୁ, ସରକାରୀ ମୁଖ୍ୟ ସଚେତକ ତଥା ଜଗତସିଂହପୁର ବିଧାୟକ ପ୍ରଶାନ୍ତ କୁମାର ମୁଦୁଲି, ବାଲିକୁଦା-ଏରସମା ବିଧାୟକ ରଘୁନନ୍ଦନ ଦାସ ପ୍ରମୁଖ ଯୋଗ ଦେଇ ନବୀନ ସରକାରରେ ମହିଳାମାନଙ୍କ ପାଇଁ ବିଭିନ୍ନ ଯୋଜନା ବାବଦରେ ଆଲୋକପାତ କରିଥିଲେ । ଏହା ସହିତ ଆଗାମୀ ୨୦୨୪ ସାଧାରଣ ନିର୍ବାଚନରେ ମହିଳା ବିଜୁ ଜନତା ଦଳର ଭୂମିକା ବାବଦରେ ସମସ୍ତ ମହିଳା କର୍ମୀଙ୍କୁ ଦିଗଦର୍ଶନ ଦେଇଥିଲେ । ବିଜୁ ଜନତା ଦଳ ପକ୍ଷରୁ ମାଆ ମାନଙ୍କ ପାଇଁ ବିଭିନ୍ନ ଯୋଜନା କରାଯାଇଥିବା ବେଳେ ମହିଳାମାନଙ୍କୁ ସମାଜର ମୁଖ୍ୟ ସୋତ୍ରରେ ସାମିଲ କରି ପରିବାର ଓ ସମାଜର ଉନ୍ନତି ପାଇଁ ସରକାର ପ୍ରତିଶ୍ରୁତିବଦ୍ଧ ବୋଲି କହିଛନ୍ତି ରାଜ୍ୟ ବିଜୁ ମହିଳା ଜନତା ଦଳର ସଭାନେତ୍ରୀ ସ୍ନେହାଙ୍ଗିନୀ ଛୁରିଆ ।
ରିପୋର୍ଟ : ଜଗତସିଂହପୁରରୁ ରୀତା ସାହୁ