ଓଡିଶା

ବିଶ୍ଵଶାନ୍ତି ଦିବସ ପାଳିତ…

ଗଜପତି : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ସ୍ଥାନୀୟ ମହାରାଜାଙ୍କ ବାଳକ ଉଚ୍ଚ ବିଦ୍ୟାଳୟରେ ବିଶ୍ଵଶାନ୍ତି ଦିବସ ପାଳିତ ହୋଇଯାଇଛି । ଏହି ଅବସରରେ ଜିଲ୍ଲା ଶିକ୍ଷା ଅଧିକାରୀ ପ୍ରଦୋଷ କୁମାର ନାୟକଙ୍କ ନିର୍ଦ୍ଦେଶରେ ଭାରପ୍ରାପ୍ତ ଜିଲ୍ଲା କ୍ରୀଡ଼ା ପର୍ଯ୍ୟବେକ୍ଷକ ସୁରେନ୍ଦ୍ର କୁମାର ପାତ୍ରଙ୍କ ତତ୍ଵାବଧାନରେ ଏକ ରାଲି ଆୟୋଜିତ ହୋଇ ସହର ପରିକ୍ରମା କରିଥିଲା । ପୂର୍ବତନ ଜିଲ୍ଲା ବିଜ୍ଞାନ ନୀରିକ୍ଷକ ତଥା ସରକାରୀ ଉଚ୍ଚ ବିଦ୍ୟାଳୟ ଯାଜପୁରର ପ୍ରଧାନ ଶିକ୍ଷକ ସାତ୍ମିକ କୁମାର ପଟ୍ଟନାୟକ ଏହାର ଶୁଭାରମ୍ଭ କରିଥିଲେ । ଏଥିରେ ମହେନ୍ଦ୍ରଗିରି ସରକାରୀ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ପୂର୍ଣ୍ଣ ଚନ୍ଦ୍ର ପ୍ରଧାନ, ମହାରାଜା ବାଳକ ଉଚ୍ଚ ବିଦ୍ୟାଳୟ ପାରଳାଖେମୁଣ୍ଡିର ବରିଷ୍ଠ ଶିକ୍ଷକ ଉୟ ଧର୍ମ ରାଓ, ପରମେଶ୍ବର ନାୟକ, କେ ବାସୁଦେବ ରାଓ , କେ.ଭି ରେଡ୍ଡୀ, ସୁଦୀପ୍ତ କୁମାର ବାରିକ ପ୍ରମୁଖ ଉପସ୍ଥିତ ଥିଲେ ।

କାର୍ଯ୍ୟକ୍ରମକୁ ସ୍କାଉଟ ମାଷ୍ଟର ଓ ଗାଇଡ କ୍ୟାପଟେନ ଧୀରେନ୍ଦ୍ର କୁମାର ସାମଲ, ରେଖା ରାଣୀ ଦେଓ, ତପସ୍ଵିନୀ ପଣ୍ଡା, ଦର୍ଶିତା ପଟ୍ଟନାୟକ, ଦିଲେଶ୍ୱର୍ ତୃଣ, ଶିବରାମ ଭୂୟାଁ, ଲିଙ୍ଗରାଜ ସାହୁ ପ୍ରମୁଖ ପରିଚାଳନା କରିଥିଲେ । ମହାରାଜା ବାଳକ ଉଚ୍ଚ ବିଦ୍ୟାଳୟ, ମହାରାଜଙ୍କ ବାଳିକା ଉଚ୍ଚ ବିଦ୍ୟାଳୟ, ମହେନ୍ଦ୍ର ଗିରି ସରକାରୀ ଉଚ୍ଚ ବିଦ୍ୟାଳୟ, ସରକାରୀ ଉଚ୍ଚ ବିଦ୍ୟାଳୟ ଯାଜପୁର, ସରସ୍ଵତୀ ଶିଶୁ ବିଦ୍ୟା ମନ୍ଦିରର ୧୫୦ ଜଣ ସ୍କାଉଟ ଓ ଗାଇଡ ଛାତ୍ରଛାତ୍ରୀ ରାଲିରେ ସାମିଲ ହୋଇଥିଲେ । ଏହି ଅବସରରେ ପୋଲିସ ବିଭାଗ ତରଫରୁ ଶାନ୍ତି ଶୃଙ୍ଖଳା ରକ୍ଷା କରାଯାଇଥିଲା ।

ରିପୋର୍ଟ : ଗଜପତିରୁ ବିବେକାନନ୍ଦ ବେହେରା

Smaranika Sahoo

About Author

Smaranika is a very passionate writer with a deep love for storytelling and creative expression. Writing has always been more than just a skill, that allows to connect with readers.

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା