ଓଡିଶା

ଓଡ଼ିଶା ପାଇବ ପ୍ରଥମ ମହିଳା ବାଚସ୍ପତି ! ବାଚସ୍ପତି ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କଲେ ପ୍ରମିଳା ମଲ୍ଲିକ…

ବାଚସ୍ପତି ପ୍ରାର୍ଥୀ ଭାବେ ଆଜି ନାମାଙ୍କନ ପତ୍ର ଦାଖଲ କରିଛନ୍ତି ପ୍ରମିଳା ମଲ୍ଲିକ । ବିଧାନସଭାର ସଚିବଙ୍କ ପାଖରେ ସେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ବିଜେଡିର ବରିଷ୍ଠ ନେତାଙ୍କ ଉପସ୍ଥିତିରେ ଏହି ନାମାଙ୍କନ ପତ୍ର ଦାଖଲ କରିଛନ୍ତି ପ୍ରମିଳା । ପ୍ରାର୍ଥିପତ୍ର ଦାଖଲ ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରସ୍ତାବକ ଓ ମନ୍ତ୍ରୀ ନୀରଂଜନ ପୂଜାରୀ ସମର୍ଥକ ରହିଥିଲେ ।

ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କୁ ଗତକାଲି ବିଜେଡି ପ୍ରାର୍ଥୀ ଘୋଷଣା କରିଥିଲା । ଆଜି ସେ ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ପଦରୁ ଇସ୍ତଫା ଦେଇଥିଲେ । ପୂର୍ବରୁ ବାଚସ୍ପତି ପଦରେ ଥିବା ବିକ୍ରମ କେଶରୀ ଆରୁଖଙ୍କୁ ପୁଣିଥରେ ନବୀନ ନିଜ ମନ୍ତ୍ରୀମଣ୍ଡଳକୁ ଆଣିବା ପରେ ବାଚସ୍ପତି ପଦ ଫାଙ୍କା ପଡିଥିଲା । କିଏ ବିଜେଡିର ପରବର୍ତ୍ତୀ ବାଚସ୍ପତି ପ୍ରାର୍ଥୀ ହେବେ ତାହାକୁ ନେଇ ଅନେକ ନାଁ ଚର୍ଚ୍ଚା ହେଉଥିଲା । ଶେଷରେ ସବୁ ଚର୍ଚ୍ଚାରେ ପୂର୍ଣ୍ଣଛେଦ ପକାଇ ପ୍ରମିଳାଙ୍କ ନାଁରେ ମୋହର ମାରିଥିଲେ ବିଜେଡି ସୁପ୍ରିମୋ । ସଂଖ୍ୟାଦୃଷ୍ଟିରେ ପ୍ରମିଳା ମଲ୍ଲିକ ବାଚସ୍ପତି ହେବା ଏକ ପ୍ରକାର ସୁନିଶ୍ଚିତ ହୋଇଛି । ତେବେ ପ୍ରମିଳା ବାଚସ୍ପତି ଭାବେ ଶପଥ ନେବା ପରେ ଓଡ଼ିଶା ପାଇବ ପ୍ରଥମ ମହିଳା ବାଚସ୍ପତି ।

ରାଜସ୍ୱ ମନ୍ତ୍ରୀ ଥିବା ପ୍ରମିଳା ମଲ୍ଲିକ ୬ ଥର ବିଧାୟିକା ହୋଇଛନ୍ତି । ଆସନ୍ତକାଲିଠାରୁ ବିଧାନସଭା ଅଧିବେଶନ ଆରମ୍ଭ ହେଉଛି ।  ତେଣୁ ଆସନ୍ତାକାଲି ସକାଳ ସାଢ଼େ ୯ଟାରେ ବାଚସ୍ପତି ପଦ ପାଇ ନିର୍ବାଚନ ହେବ ।

Smaranika Sahoo

About Author

Smaranika is a very passionate writer with a deep love for storytelling and creative expression. Writing has always been more than just a skill, that allows to connect with readers.

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା