ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଓ ମିଲେଟ୍ ମିଶନ 2023 କାର୍ଯ୍ୟକ୍ରମ ଅନୁଷ୍ଠିତ…

ନିଶ୍ଚିନ୍ତକୋଇଲି : ନେମାଳ ଅଚ୍ୟୁତାନନ୍ଦ ବିଦ୍ୟାପୀଠ ପରିସରରେ ବ୍ଲକସ୍ତରୀୟ ଶିଶୁ ମହୋତ୍ସବ ସୁରଭି ଓ ମିଲେଟ୍ ମିଶନ 2023 କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଅପରାହ୍ନରେ ଅନୁଷ୍ଠିତ ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ମାହାଙ୍ଗା ବିଧାୟକ ପ୍ରତାପ ଜେନା ଯୋଗ ଦେଇଥିବାବେଳେ କାର୍ଯ୍ୟକ୍ରମରେ ମୁଖ୍ୟ ବକ୍ତା ଭାବେ କଟକ ସଦର ବିଧାୟକ ଚନ୍ଦ୍ର ସାରଥୀ ବେହେରା ଯୋଗ ଦେଇ ଶିଶୁ ମହୋତ୍ସବ ସୁରଭି କାର୍ଯ୍ୟକ୍ରମ ଛାତ୍ରଛାତ୍ରୀଙ୍କ ଅନ୍ତର୍ନିହିତ କଳାତ୍ମକ ଗୁଣବତ୍ତା ତଥା ବୌଦ୍ଧିକ ବିକାଶରେ ସହାୟକ ହୋଇପାରିବ ବୋଲି ମତବ୍ୟକ୍ତ କରିଥିଲେ ।

ବ୍ଲକ ଶିକ୍ଷା ଅଧିକାରୀ ଲକ୍ଷ ହୀରା ଲାବଣ୍ୟବତୀ ବେହେରାଙ୍କ ପୌରହିତ୍ୟରେ ଅନୁଷ୍ଠିତ ଉତ୍ସବରେ ଜିଲ୍ଲା ଶିକ୍ଷା ଅଧିକାରୀ କୃଷ୍ଣ ଚନ୍ଦ୍ର ନାୟକ, ତହସିଲଦାର ଦିଲ୍ଲୀପ ନାୟକ, ବ୍ଲକ ଅଧ୍ୟକ୍ଷା ରୋଜୀ ସେଠୀ, ଉପାଧ୍ୟକ୍ଷ ଅଶୋକ ଓଝା, ପ୍ରାକ୍ତନ ଅଧ୍ୟକ୍ଷ ଗିରିଶ ରଞ୍ଜନ ମହାପାତ୍ର, ବ୍ଲକ ବିଜେଡି ସଭାପତି ରମାକାନ୍ତ ମହାନ୍ତି, ଜିଲ୍ଲା ପରିଷଦ ସଦସ୍ୟ ବିଳାସ ଭୋଇ, ପ୍ରାକ୍ତନ ଜିଲ୍ଲା ପରିଷଦ ସଭ୍ୟ ଅଚ୍ୟୁତାନନ୍ଦ ଦାସ ପ୍ରମୁଖ ଅତିଥିବୃନ୍ଦ ମଞ୍ଚାସିନ ଥିଲେ । କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିବା କୃତୀ ପ୍ରତିଯୋଗୀଙ୍କୁ ମୁଖ୍ୟ ଅତିଥି ପୁରସ୍କୃତ କରିଥିଲେ ।
ରିପୋର୍ଟ : ସାଲେପୁରୁ ଅଭୟ ଜେନା