ଓଡିଶା

ବ୍ଲକ ସ୍ତରୀୟ ଶିଶୁ ମେଳା ୨୦୨୩ ଅନୁଷ୍ଠିତ…

ଜଗତସିଂହପୁର, ୧୫ ନଭେମ୍ବର : ଜଗତସିଂହପୁର ଜିଲ୍ଲା ସଦର ବ୍ଲକ ଅନ୍ତର୍ଗତ କଂଟିଲୋ ପଂଚାୟତ ଘଡିମୂଳ ନରାୟଣୀ ପଡିଆରେ ବ୍ଲକ ସ୍ତରୀୟ ଶିଶୁ ମେଳା ୨୦୨୩ ଅନୁଷ୍ଠିତ ହୋଇଯାଇଛି । ସୌଭାଗ୍ୟ କୁମାର ସାହୁଙ୍କ ସଭାପତିତ୍ୱରେ ଆୟୋଜିତ ଏହି କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବରେ ଓଡ଼ିଶା ସରକାରଙ୍କ କ୍ରୀଡା ଓ ଯୁବବ୍ୟାପାର ମନ୍ତ୍ରୀ ତୁଷାରକାନ୍ତି ବେହେରା, ସରକାରୀ ଦଳର ମୁଖ୍ୟ ସଚେତକ ତଥା ଜଗତସିଂହପୁର ବିଧାୟକ ପ୍ରଶାନ୍ତ କୁମାର ମୁଦୁଲି, ଜଗତସିଂହପୁର ସାଂସଦ ଡ଼ା ରାଜଶ୍ରୀ ମଲ୍ଲିକ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ମନୋଜ କୁମାର ଭୋଇ, ବ୍ଲକ ଅଧ୍ୟକ୍ଷା କନକ ପ୍ରଭା ଲେଙ୍କା, ଜିଲ୍ଲାପରିଷଦ ସଭ୍ୟ ଚିତରଞ୍ଜନ ରାଉଳ, ସରପଂଚ ମନୋରଞ୍ଜନ ମହାପାତ୍ର ପ୍ରମୁଖ ଯୋଗ ଦେଇ ଆନୁଷ୍ଠାନିକ ଭାବେ ଏହି ଶିଶୁ ମେଳାକୁ ଉଦ୍ଘାଟନ କରିଥିଲେ । ୬୩ ବର୍ଷରେ ପହଁଚି ଥିବା ଏହି ଅନୁଷ୍ଠାନ ବହୁ ବାଧାବିଘ୍ନ ସହି କାର୍ଯ୍ୟକ୍ରମ କରିଆସୁଛନ୍ତି । ଏ ନେଇ ଉପସ୍ଥିତ ଅତିଥି ଅନୁଷ୍ଠାନକୁ ପ୍ରଶଂସା କରିବା ସହିତ ନେହେରୁଙ୍କ ଆଦର୍ଶରେ ଅନୁପ୍ରାଣିତ ହେବାକୁ ଆହ୍ୱାନ ଦେଇଥିଲେ । ଆୟୋଜିତ କାର୍ଯ୍ୟକ୍ରମରେ ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବା ସହିତ ବିଭିନ୍ନ ସ୍କୁଲର ଛାତ୍ରଛାତ୍ରୀଙ୍କୁ ମୁଖ୍ୟ ଅତିଥିଙ୍କ ଦ୍ୱାରା ପୁରସ୍କୃତ କରାଯାଇଥିଲା ।

ରିପୋର୍ଟ : ଜଗତସିଂହପୁରରୁ ରୀତା ସାହୁ

Smaranika Sahoo

About Author

Smaranika is a very passionate writer with a deep love for storytelling and creative expression. Writing has always been more than just a skill, that allows to connect with readers.

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା