କୃତିମ ବୁଦ୍ଧିମତା ଯୁଗରେ ଗଣମାଧ୍ୟମ ଶୀର୍ଷକ ଉପରେ ଆଲୋଚନା…

ଜଗତସିଂହପୁର, ୧୬ ନଭେମ୍ବର : ଜଗତସିଂହପୁର ଜିଲ୍ଲା ପ୍ରଶାସନ ପକ୍ଷରୁ ଜିଲ୍ଲାପାଳଙ୍କ ସଦଭାବନା ସଭାଗୃହରେ ଜିଲ୍ଲା ସ୍ତରୀୟ ଜାତୀୟ ପ୍ରେସ ଦିବସ ପାଳିତ ହୋଇଯାଇଛି । ଜିଲ୍ଲାପାଳ ପାରୁଲ ପଟୱାରୀଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଉତ୍ସବରେ ମୁଖ୍ୟ ଅତିଥି ଭାବରେ ଜିଲ୍ଲା ପରିଷଦ ଅଧ୍ୟକ୍ଷ ମନୋଜ କୁମାର ଭୋଇ, ଅତିରିକ୍ତ ଜିଲ୍ଲାପାଳ ଲଗ୍ନଜିତ ରାଉତ, ପୌରାଧ୍ୟକ୍ଷା ଅର୍ଚ୍ଚନା ସିଂହ, ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ କାମିନୀ ରଞ୍ଜନ ପଟନାୟକ, ଉପଖଣ୍ଡ ସୂଚନା ଓ ଲୋକ ସମ୍ପର୍କ ଅଧିକାରୀ ପ୍ରତିଚି ତନୟା ମହାନ୍ତି ପ୍ରମୁଖ ଯୋଗ ଦେଇ ସୁସ୍ଥ ସମାଜ ଗଠନରେ ଗଣମାଧ୍ୟମର ଭୂମିକା ବାବଦରେ ବକ୍ତବ୍ୟ ରଖିଥିଲେ । ଏହା ସହିତ କୃତିମ ବୁଦ୍ଧିମତା ଯୁଗରେ ଗଣମାଧ୍ୟମ ଶୀର୍ଷକ ଉପରେ ଆଲୋଚନା ଚକ୍ର ଅନୁଷ୍ଠିତ ହୋଇଥିଲା । ଏହି କାର୍ଯ୍ୟକ୍ରମରେ ଜିଲ୍ଲାସ୍ତରୀୟ ସମସ୍ତ ସାମ୍ବାଦିକମାନେ ଯୋଗ ଦେଇଥିଲେ ।
ରିପୋର୍ଟ : ଜଗତସିଂହପୁରରୁ ରୀତା ସାହୁ