ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ

ପାରଳାଖେମଣ୍ଡି, ୨୧/୧୧ (ବିବେକାନନ୍ଦ ବେହେରା) : ଗଜପତି ଜିଲ୍ଲା କାଶୀନଗର ବ୍ଲକ ଅନ୍ତର୍ଗତ ଗୋରିବନ୍ଧ ଗ୍ରାମ ପଂଚାୟତ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ, ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ୱାତୀ ଏସ୍.କୁମାର ଓ ଜିଲ୍ଲାପରିଷଦ ଅଧ୍ୟକ୍ଷ ଶ୍ରୀଯୁକ୍ତ ଜି. ତିରୁପତି ରାଓ ପ୍ରମୁଖ ଯୋଗଦାନ କରିଥିଲେ । ଏଥିରେ ଗୋରିବନ୍ଧ ସମେତ ଅଲ୍ଲଡ଼ା, ଖଣ୍ଡଭା, ବୁଦୁରା ଓ ଶୀୟାଲି ଗ୍ରାମ ପଂଚାୟତର ସମୁଦାୟ ମୋଟ ୫୮ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା । ସେଥିମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୨୨ ଗୋଟି, ଗ୍ରାମ ଭିତିକ ସମସ୍ୟା- ୩୬ ଗୋଟି ଅଭିଯୋଗ ଆସିଥିଲା । ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା, ଜମି ପଟ୍ଟା, ଜଳ ସେଚନ, ଗୃହ ନିର୍ମାଣ, ରାସନ୍ କାର୍ଡ, ମନରେଗା, ଶିକ୍ଷା, ମୋ ଘର ଯୋଜନା, ରାସ୍ତା ସମସ୍ୟା ଭଳି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା ।
ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ପଂଚାୟତ ସମିତି ଅଧ୍ୟକ୍ଷା ଶ୍ରୀମତୀ ବାଳା ସାୟାମା, କାଶୀନଗର ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ କପିଳେଶ୍ୱର ତାଣ୍ଡି, ତହସିଲଦାର ସ୍ଥାନୀୟ ସରପଂଚ ଓ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଙ୍କ ସମେତ ସ୍ଥାନୀୟ ଜନପ୍ରତିନିଧି ଉପସ୍ଥିତ ଥିଲେ ।