ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ…

ଗଜପତି, ୨୯/୧୧ (ବିବେକାନନ୍ଦ ବେହେରା) : ଗଜପତି ଜିଲ୍ଲା ଗୋଷାଣି ବ୍ଲକ ଅନ୍ତର୍ଗତ ଖର୍ସଡ଼ା ଗ୍ରାମ ପଂଚାୟତ ସମ୍ମିଳନୀ କକ୍ଷରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ହୋଇଯାଇଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ, ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ୱାତୀ ଏସ୍. କୁମାର ପ୍ରମୁଖ ମିଳିତ ଜନ ଅଭିଯୋଗ ଶୁଣାଣୀରେ ଯୋଗ ଦେଇଥିଲେ । ଖର୍ସଡ଼ା ସମେତ ବାଗସାଲ, ମଧୁସୂଦନପୁର, ଉପଲଡା ଓ ନମନଗଡ ଗ୍ରାମ ପଂଚାୟତର ସମୁଦାୟ ମୋଟ ୧୦୬ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା । ସେଥିମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୩୮ ଗୋଟି, ଗ୍ରାମ ଭିତିିକ ସମସ୍ୟା- ୬୮ଓ ୪୩ ଗୋଟି ଅଭିଯୋଗକୁ ତୁରନ୍ତ ଫଇସଲା କରଯାଇ ସମାଧାନ କରାଯାଇଥିଲା । ଏଥିରେ ଦୁଇ ଜଣଙ୍କୁ ମୁଖ୍ୟମନ୍ତ୍ରୀ ରିଲିଫ୍ ପାଣ୍ଠିରୁ ୧୦ ହଜାର ଟଙ୍କା ଆର୍ଥôକ ସହାୟତା ରାଶି ପ୍ରଦାନ କରାଯାଇଛି । ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା, ଜମି ପଟ୍ଟା, ଜଳ ସେଚନ, ଗୃହ ନିର୍ମାଣ, ରାସନ୍ କାର୍ଡ, ମନରେଗା, ଶିକ୍ଷା, ମୋ ଘର ଯୋଜନା, ରାସ୍ତା ସମସ୍ୟା ଭଳି ବିଭିନ୍ନ ସମସ୍ୟା ଉପରେ ଅଭିଯୋଗ ଆସିଥିଲା ।
ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣୀ ସମୟରେ ପଂଚାୟତ ସମିତି ଅଧ୍ୟକ୍ଷ ଶ୍ରୀଯୁକ୍ତ ଏନ୍. ବୀରା ରାଜୁ, ଗୋଷାଣି ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶ୍ରୀ ଅଜୟ କୁମାର ପ୍ରଧାନ, ତହସିଲଦାର ସ୍ଥାନୀୟ ସରପଂଚ ଓ ସମସ୍ତ ଜିଲ୍ଲାସ୍ତରୀୟ ଅଧିକାରୀଙ୍କ ସମେତ ସ୍ଥାନୀୟ ଜନପ୍ରତିନିଧି ଉପସ୍ଥିତ ଥିଲେ ।