ଓଡିଶା

ନବୋଦୟ ବିଦ୍ୟାଳୟର ଛାତ୍ରଛାତ୍ରୀଙ୍କଦ୍ୱାରା ସଡ଼କ ସୁରକ୍ଷା ସଚେତନତା ବାର୍ତା…

ଜଗତସିଂହପୁର, ୦୬/୧୨ (ରୀତା ସାହୁ) : ଜଗତସିଂହପୁର ଜିଲ୍ଲା ରାହାମା ସ୍ଥିତ ନବୋଦୟ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପକ୍ଷରୁ ସଡକ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇ ଯାଇଛି । ଏହି କାର୍ଯ୍ୟକ୍ରମରେ ଜଗତସିଂହପୁର ଜିଲ୍ଲା ଆଂଚଳିକ ପରିବହନର ସଦସ୍ୟ ସୁନାକର ବେହେରାଙ୍କ ନେତୃତ୍ୱରେ ବିଦ୍ୟାଳୟର ଛାତ୍ରଛାତ୍ରୀ, ଶିକ୍ଷକ ଓ କର୍ମଚାରୀମାନେ ଏକ ଶୋଭାଯାତ୍ରାରେ ବାହାରି ରାହମା ବଜାର ପରିକ୍ରମା କରିବା ସହିତ ସଡକ ସୁରକ୍ଷା ସଚେତନତା କାର୍ଯ୍ୟକ୍ରମ ବାବଦରେ ସାଧାରଣ ଲୋକମାନଙ୍କୁ ସଚେତନ କରାଇଥିଲେ ।
ଏହି କାର୍ଯ୍ୟକ୍ରମର ମୁଖ୍ୟ ଉଦେଶ୍ୟ ଦୁର୍ଘଟଣା ଜନିତ ଜିରୋ କାଜୁଆଲଟି ସହିତ, ବାଇକ ଚାଳକମାନେ ହେଲମେଟ ବ୍ୟବହାର କରିବା, ଚାରିଚାକିଆ ଗାଡି ଚାଳକମାନେ ସିଟ୍ ବେଲ୍ଟ ବାନ୍ଦିବା, ଟ୍ରାଫିକ ନିୟମ ପାଳନ କରିବା ଆଦି ବିଷୟରେ ଲୋକଙ୍କୁ ବୁଝାଇଥିଲେ । କାର୍ଯ୍ୟକ୍ରମରେ ପରିବହନ ବିଭାଗର ଅଧିକାରୀ, ପୋଲିସ ଅଧିକାରୀ ପ୍ରମୁଖ ସାମିଲ ହୋଇ ଏହାକୁ ସ୍ୱାଗତ କରିଥିଲେ ।
ତେବେ ଜିଲ୍ଲା ମୁଖ୍ୟାଳୟରୁ ବାହାରି ଥିବା ଏହି ସଚେତନତା ରଥ ଜିଲ୍ଲାର ବିଭିନ୍ନ ବ୍ଳକ ବୁଲି ଲୋକମାନଙ୍କୁ ଦୁର୍ଘଟଣା ଜନିତ ଘଟଣା ହ୍ରାସ ନିମନ୍ତେ ବିଭିନ୍ନ ସଚେତନତା ବାର୍ତା ପ୍ରଦାନ କରିବ ବୋଲି ବିଭାଗ ପକ୍ଷରୁ କୁହାଯାଇଛି ।

Smaranika Sahoo

About Author

Smaranika is a very passionate writer with a deep love for storytelling and creative expression. Writing has always been more than just a skill, that allows to connect with readers.

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା