ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ସ୍ୱୟଂ ଶାସିତ ମହାବିଦ୍ୟାଳୟକୁ ପରିଦର୍ଶନ କଲେ ପୂର୍ବତନ ମୁଖ୍ୟ ଶାସନ ସଚିବ…

ଗଜପତି, ୦୯/୧୨ (ବିବେକାନନ୍ଦ ବେହେରା) : ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡିସ୍ଥିତ ଶ୍ରୀ କୃଷ୍ଣ ଚନ୍ଦ୍ର ଗଜପତି ସ୍ୱୟଂଶାସିତ ମହାବିଦ୍ୟାଳୟ ପରିଦର୍ଶନ କରିଛନ୍ତି ପୂର୍ବତନ ମୁଖ୍ୟ ଶାସନ ସଚିବ ତଥା କଂଗ୍ରେସ ପ୍ରଚାର କମିଟି ଅଧକ୍ଷ ଶ୍ରୀଯୁକ୍ତ ବିଜୟ ପଟ୍ଟନାୟକ । ୧୮୯୬ ମସିହାରେ ପ୍ରତିଷ୍ଠା ହୋଇଥିବା ଏହି ଐତିହାସିକ ପୁରାତନ ମହାବିଦ୍ୟାଳୟ ଏହା ହେଉଛି ଓଡ଼ିଶାର ଏକ ପୁରାତନ ଶିକ୍ଷା ଅନୁଷ୍ଠାନ ରୂପେ ପରିଚିତ । ଏହି ମହାବିଦ୍ୟାଳୟରେ ୧୩ ଗୋଟି ସ୍ନାତକୋତର ଏବଂ ୧୫ ଟି ସ୍ନାତକ ବିଭାଗ ସହ ଏକ ବିଶ୍ୱବିଦ୍ୟାଳୟରେ ପରିଣତ ହେବାପାଇଁ ସମସ୍ତ ପ୍ରକାର ବ୍ୟବସ୍ଥା ରହିଅଛି । ବିଭିନ୍ନ ମହଲରୁ ଶ୍ରୀ କୃଷ୍ଣ ଚନ୍ଦ୍ର ଗଜପତି ସ୍ୱୟଂଶାସିତ ମହାବିଦ୍ୟାଳୟକୁ ବିଶ୍ୱବିଦ୍ୟାଳୟରେ ପରିଣତ କରିବାକୁ ଅନେକ ଦିନରୁ ଦାବି ହୋଇଆସୁଛି ।
ତେଣୁ ଏହି ମହାବିଦ୍ୟାଳୟକୁ ବିଶ୍ୱବିଦ୍ୟାଳୟରେ ପରିଣତ କରିବା ପାଇଁ କିପରି ବ୍ୟବସ୍ଥା ହୋଇପାରିବ ସେହି ପ୍ରସଙ୍ଗରେ ସହ ଅଧକ୍ଷ ଶ୍ରୀଯୁକ୍ତ ଜିତେନ୍ଦ୍ର ନାଥ ପଟ୍ଟନାୟକଙ୍କ ସହ ଶ୍ରୀଯୁକ୍ତ ବିଜୟ ପଟ୍ଟନାୟକ ଆଲୋଚନା କରିଥିଲେ । ଏହି ଅବସରରେ ମହାବିଦ୍ୟାଳୟର ଶିକ୍ଷା ବ୍ୟବସ୍ଥା ଓ ସୁବିଧା ଅସୁବିଧା ବିଷୟରେ ଛାତ୍ରଛାତ୍ରୀଙ୍କ ସହ ଆଲୋଚନା କରି ସେମାନଙ୍କ ଉଜ୍ୱଳ ଭବିଷ୍ୟତ କାମନା କରିଥିଲେ । ଶ୍ରୀ କୃଷ୍ଣ ଚନ୍ଦ୍ର ଗଜପତି ସ୍ୱୟଂଶାସିତ ମହାବିଦ୍ୟାଳୟକୁ ବିଶ୍ୱ ବିଦ୍ୟାଳୟରେ ପରିଣତ କରିବା ପାଇଁ ସମସ୍ତ ପ୍ରକାର ସହଯୋଗ କରିବେ ବୋଲି ଶ୍ରୀଯୁକ୍ତ ବିଜୟ ପଟ୍ଟନାୟକ ପ୍ରତିଶ୍ରୁତି ଦେଇଥିଲେ ।