ଦେଶ ବିଦେଶ

୭୭ ବର୍ଷରେ କଂଗ୍ରେସର ପୂର୍ବତନ ସଭାପତି ସୋନିଆ ଗାନ୍ଧି…

ବ୍ୟୁରୋ ରିପୋର୍ଟ, ୦୯/୧୨ : ୭୭ ବର୍ଷରେ ପଦାର୍ପଣ କଲେ କଂଗ୍ରେସର ପୂର୍ବତନ ସଭାପତି ସୋନିଆ ଗାନ୍ଧିଙ୍କ । ସେଥିପାଇଁ ତାଙ୍କୁ ବିଭିନ୍ନ ମହଲରୁ ଶୁଭକାମନାର ସୁଅ ଛୁଟୁଛି । ଏହି ଅବସରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଧ୍ୟ ସୋନିଆ ଗାନ୍ଧିଙ୍କୁ ଜନ୍ମଦିନର ଶୁଭକାମନା ଜଣାଇଛନ୍ତି । ସେ ତାଙ୍କ ସୋସିଆାଲ ମିଡିଆରେ ସୋନିଆଙ୍କୁ ଜନ୍ମଦିନର ଶୁଭକାମନା ଜଣାଇଛନ୍ତି ।

ସେହିପରି କଂଗ୍ରେସ ସଭାପତି ମଲ୍ଲିକାର୍ଜୁନ ଖଡଗେ, କଂଗ୍ରେସ ସାଧାରଣ ସମ୍ପାଦକ କେସି ଭେନୁଗୋପାଳ ଓ ଡିଏମ୍କେ ନେତା ତଥା ତାମିଲନାଡୁ ମୁଖ୍ୟମନ୍ତ୍ରୀ ଏମ୍କେ ଷ୍ଟାଲିନ ପ୍ରମୁଖ ସୋନିଆଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି । ସୋନିଆ ଗାନ୍ଧି ସବୁଠୁ ଅଧିକ ସମୟ ଧରି କଂଗ୍ରେସର ସଭାପତି ରହିଥିଲେ । ସେ ୧୯୯୮ରୁ ୨୦୧୭ ପର୍ଯ୍ୟନ୍ତ ଏହି ପଦରେ ବସିଥିଲେ । ଯଦିଓ ସୋନିଆ ଏବେ ସାଂସଦ ଅଛନ୍ତି, କିନ୍ତୁ ଗତ କିଛି ବର୍ଷ ହେବ ସ୍ୱାସ୍ଥ୍ୟ ଜନିତ କାରଣରୁ ସେ ସକ୍ରିୟ ରାଜନୀତିରୁ ଦୂରେଇ ରହିଛନ୍ତି । ଏବେ ତାଙ୍କ ପୁଅ ରାହୁଲ ଗାନ୍ଧି ଓ ଝିଅ ପ୍ରିୟଙ୍କା ଗାନ୍ଧି ଭଦ୍ରା କଂଗ୍ରେସରେ ପ୍ରମୁଖ ଭୂମିକା ଗ୍ରହଣ କରୁଛନ୍ତି ।
୧୯୯୯ ସାଧାରଣ ନିର୍ବାଚନରେ ସେ ଉଭୟ ଅମେଠି ଓ ବେଲାରୀ ଲୋକସଭା ଆସନରୁ ବିଜୟୀ ହୋଇଥିଲେ । ତା’ପରଠୁ ସେ ରାଏ ବରେଲୀ ଆସନରୁ ବିଜୟୀ ହୋଇଆସୁଛନ୍ତି । ୨୦୧୯ ସାଧାରଣ ନିର୍ବାଚନରେ ମଧ୍ୟ ସେ ସେହି ଆସନରୁ ବିଜୟୀ ହୋଇ ଲୋକସଭାକୁ ଆସିଛନ୍ତି ।

Smaranika Sahoo

About Author

Smaranika is a very passionate writer with a deep love for storytelling and creative expression. Writing has always been more than just a skill, that allows to connect with readers.

Leave a comment

Your email address will not be published. Required fields are marked *

You may also like

ଦେଶ ବିଦେଶ ବ୍ୟବସାୟ

କ୍ରିପ୍ଟୋକରେନ୍ସି ନିୟନ୍ତ୍ରଣ କରିବା ଏକ ସାମୂହିକ ପ୍ରୟାସ ହେବା ଆବଶ୍ୟକ: ନିର୍ମଳା ସୀତାରମଣ |

କେନ୍ଦ୍ର ଅର୍ଥମନ୍ତ୍ରୀ ନିର୍ମଳା ସୀତାରମଣ କହିଛନ୍ତି ଯେ କ୍ରିପ୍ଟୋକରେନ୍ସି ନିୟନ୍ତ୍ରଣ କରିବା ପାଇଁ ସାମୂହିକ ପ୍ରୟାସ ଆବଶ୍ୟକ, କାରଣ ଟେକ୍ନୋଲୋଜି କ୍ରମାଗତଭାବେ ବିକଶିତ ହେଉଛି ଏବଂ ବଦଳୁଛି
ଦେଶ ବିଦେଶ

କର୍ଣ୍ଣାଟକରେ ଓମିକ୍ରନ୍ ଭୟ: ମଲ୍, ସିନେମା ହଲ୍ ପରିଦର୍ଶନ ପାଇଁ ଦୁଇଟି ଡୋଜ୍ ଜରୁରୀ | ବିଦ୍ୟାଳୟଗୁଡ଼ିକ ପାଇଁ ମଧ୍ୟ ନୂତନ ନିୟମ |

କର୍ଣ୍ଣାଟକ ସରକାର ଶୁକ୍ରବାର ଦିନ ମଲ, ପ୍ରେକ୍ଷାଳୟ ଏବଂ ସିନେମା ହଲ ପାଇଁ ବାଧ୍ୟତାମୂଳକ କରିଛନ୍ତି ଯେ କେବଳ ସେହି ପରିଦର୍ଶକଙ୍କୁ କୋଭିଡ -19 ଟିକା ନେଇଛନ୍ତି।