ଜନତାଙ୍କ ସହ ବିଜେଡିର ୨୭ ତମ ପ୍ରତିଷ୍ଠା ଦିବସ ପାଳିତ…

ଗଜପତି, ୨୬/୧୨ (ବିବେକାନନ୍ଦ ବେହେରା) : ଗଜପତିରେ ଦେଖିବାକୁ ମିଳିଛି ବିଜେଡିର ୨୭ ତମ ପ୍ରତିଷ୍ଠା ଦିବସର ଉଲ୍ଲାସ । ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡି ସ୍ଥିତ ହାଇସ୍କୁଲ ଛକ ନିକଟରେ ଥିବା ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ବ୍ରହ୍ମପୁର ସାଂସଦ ଚନ୍ଦ୍ର ଶେଖର ସାହୁ ପୁଷ୍ପମାଲ୍ୟାର୍ପଣ କରିବା ସହ ବଜାର ଛକ ନିକଟରେ ଥିବା ମହାରାଜା ଶ୍ରୀ କୃଷ୍ଣଚନ୍ଦ୍ର ଗଜପତି ମହାରାଜାଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟାର୍ପଣ କରିଥିଲେ । ପରେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଫଳ ବଣ୍ଟନ କରାଯାଇଥିଲା । ଏହି ଅବସରରେ ପାରଳାଖେମୁଣ୍ଡିସ୍ଥିତ ଗଜପତି ଷ୍ଟାଡିୟମରେ ଓଡ଼ିଶା ମୋ ପରିବାର ଜୀବନ ବିନ୍ଦୁ ଆନୁକୂଲ୍ୟରେ ଏକ ରକ୍ତ ଦାନ ଶିବିର କାର୍ଯ୍ୟକ୍ରମ ଆୟୋଜିତ ହୋଇଥିଲା । ପରେ ୨୭ ତମ ପ୍ରତିଷ୍ଠା ଦିବସ ଉପଲକ୍ଷେ ଏକ ବୈଠକକୁ ବ୍ରହ୍ମପୁର ସାଂସଦ ପ୍ରଦୀପ ପ୍ରଜ୍ୱଳନ କରି ଶୁଭାରମ୍ଭ କରିଥିଲେ । ଜିଲ୍ଲା ପରିଷଦ ଅଧ୍ୟକ୍ଷ ଜୀ ତିରୁପତି ରାଓ ଅତିଥି ପରିଚୟ ଓ ସ୍ୱାଗତ ଭାଷଣ ପ୍ରଦାନ କରିଥିଲେ ।
ହାଇଟେକ ଗ୍ରୁପର ଅଧ୍ୟକ୍ଷ ଡକ୍ଟର ତିରୁପତି ପାଣିଗ୍ରାହୀ, ଯୁବ ଇଂଜିନିୟର ରୂପେସ ପାଣିଗ୍ରାହୀ, ରାଜଜେମା କଲ୍ୟାଣି ଗଜପତି, ସ୍ୱତନ୍ତ୍ର ଉନ୍ନୟନ ପରିଷଦ ଅଧ୍ୟକ୍ଷା ମରିୟମ ରଇତ, ରାଜ୍ୟ ସମ୍ପାଦକ ପ୍ରଦୀପ ନାୟକ, ବିଜେଡି ଯୁବ ସଭାପତି ଏସ ଲିଙ୍ଗରାଜ,ପୌର ପରିଷଦ ଅଧ୍ୟକ୍ଷା ନିର୍ମଳା ସେଠୀ, ଟାଉନ ପ୍ରେସିଡେଣ୍ଟ ସୁଧୀରଞ୍ଜନ ମହାପାତ୍ର, ବସନ୍ତ ଦାସ, ପୌର ପରିଷଦ ଉପାଧ୍ୟକ୍ଷ ଲେଙ୍କା ମଧୁ, କାଶୀନଗର ଏନ୍ଏସି ଅଧ୍ୟକ୍ଷା ସୁଧାରାଣୀ, କାଶୀନଗର ବ୍ଲକ ଅଧ୍ୟକ୍ଷା ସାୟାମ୍ମା, ଗୋଶାଣୀ ବ୍ଲକ ଅଧ୍ୟକ୍ଷ ଏନ୍ ବୀରରାଜୁ, ଜିଲ୍ଲା ପରିଷଦ ସଭ୍ୟ ଏସ୍ ବାଲରାଜୁ, ଗୁମ୍ମା ବ୍ଲକ ଅଧ୍ୟକ୍ଷା ସୁନେମି ମଣ୍ଡଳ ପ୍ରମୁଖ ମଞ୍ଚାସିନ ରହି ନିଜ ନିଜର ବକ୍ତବ୍ୟ ରଖିଥିଲେ ।