ଓଡିଶା

କନିଷିରେ ବିଶାଳ ଜନସଭାକୁ ସମ୍ବୋଧିତ କରୁଛନ୍ତି ନବୀନ…

ଆଜି କନ୍ଧମାଳ ଜିଲ୍ଲା ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ସେଠାରେ ନବୀନ ନିର୍ବାଚନୀ ସଭାରେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି । ଅପରାହ୍ନ ପ୍ରାୟ ୧୨ଟାରେ ମୁଖ୍ୟମନ୍ତ୍ରୀ କନ୍ଧମାଳ ଷ୍ଟାଡିୟମରେ ପହଞ୍ଚିବେ ଏବଂ ସେଠାରେ ଆୟୋଜିତ ନିର୍ବାଚନୀ ସଭାରେ ଯୋଗଦେବେ । ସଭାରେ କନ୍ଧମାଳ ସାଂସଦ ପ୍ରାର୍ଥୀଙ୍କ ସହ ସଂସଦୀୟ କ୍ଷେତ୍ରର ୭ଟି ବିଧାନସଭା ପ୍ରାର୍ଥୀଙ୍କ ପାଇଁ ନବୀନ ଭୋଟ ଭିକ୍ଷା କରିବେ ।  ଏଥିସହ ସାଧାରଣ ଜନତାଙ୍କୁ ମୁଖ୍ୟମନ୍ତ୍ରୀ ଉଦବୋଧନ ଦେବାର କାର୍ଯ୍ୟକ୍ରମ ରହିଛି ।  

ଏହାପୂର୍ବରୁ ନବୀନ ଆଜି ଗଞ୍ଜାମର କନିଷି ପଞ୍ଚାୟତରେ ପହଞ୍ଚି ଶିବ ମନ୍ଦିର ପରିସରରେ ଆୟୋଜିତ ପ୍ରଚାର ସଭାରେ ସାମିଲ ହୋଇଛନ୍ତି । ସେଠାରେ ସମାବେଶକୁ ସମ୍ବୋଧିତ କରି ବିଜେଡି ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗୁଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହାପରେ ଦିନ ୧୧ଟା ୪୫ ମିନିଟରେ ଆସିକା ପହଞ୍ଚି ସେଠାରେ ମଧ୍ୟ ପ୍ରଚାର କରିବା କାର୍ଯ୍ୟକ୍ରମ ରହିଛି ।

ସୂଚନା ଅନୁସାରେ, ଆସନ୍ତା ୧୧ ତାରିଖରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କନ୍ଧମାଳ ଗସ୍ତରେ ଆସିବାର କାର୍ଯ୍ୟକ୍ରମ ରହିଛି । ସେ କନ୍ଧମାଳରେ ଆୟୋଜିତ ବିଜୟ ସଂକଳ୍ପ ସମାବେଶରେ ଯୋଗ ଦେବେ । ମୋଦିଙ୍କ ଗସ୍ତକୁ ନେଇ ବିଜେପି ମହଲରେ ଉତ୍ସାହର ଲହରି ଖେଳିଯାଇଛି ।  କନ୍ଧମାଳ ଜିଲ୍ଲାର ନେତା ଓ କର୍ମୀମାନେ ତାଙ୍କୁ ଭବ୍ୟ ସ୍ୱାଗତ କରିବା ପାଇଁ ସମସ୍ତ ପ୍ରକାର ଆୟୋଜନ ଆରମ୍ଭ କରିଛନ୍ତି ।

Free2speak

About Author

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା