ଗିରଫ ହେଲେ ବିଧାୟକ ପ୍ରାର୍ଥୀ ଶିବଶଙ୍କର…

ଗିରଫ ହେଲେ ବିଧାୟକ ପ୍ରାର୍ଥୀ ଶିବଶଙ୍କର ଦାସ । ବ୍ରହ୍ମପୁରର ବିଜେପି ଲୋକସଭା ପ୍ରାର୍ଥୀ ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ ଘଟଣାରେ ପୋଲିସ ସ୍ୱାଧୀନ ବିଧାୟକ ପ୍ରାର୍ଥୀ ଶିବଶଙ୍କର ଦାସଙ୍କୁ ଗିରଫ କରିଛି । କୋର୍ଟରେ ଜାମିନ ନାମଞ୍ଜୁର ହେବାରୁ ପୋଲିସ ତାଙ୍କୁ ଜେଲକୁ ପଠାଇ ଦେଇଛି । ସ୍ୱାଧୀନ ବିଧାୟକ ପ୍ରାର୍ଥୀ ଶିବଶଙ୍କର ଦାସ ଓରଫ୍ ପିଣ୍ଟୁଙ୍କ ବିରୋଧରେ ପୋଲିସ ହତ୍ୟା ଉଦ୍ୟମ ଦଫା ଲଗାଇ ମାମଲା ରୁଜୁ କରିଛି । ଗତ ସୋମବାର ପ୍ରଥମ ପର୍ଯ୍ୟାୟ ଭୋଟିଂ ବେଳେ ପ୍ରଦୀପ ପାଣିଗ୍ରାହୀଙ୍କୁ ଆକ୍ରମଣ କରିଥିଲେ ଶିବଶଙ୍କର ଦାସ । ଫଳରେ ପ୍ରଦୀପଙ୍କ ବେକ ଓ ଛାତିରେ ଆଘାତ ଲାଗିଥିବା ଅଭିଯୋଗ ହୋଇଥିଲା ।
ପ୍ରଥମେ ଏମକେସିଜି ହସ୍ପିଟାଲରେ ଚିକିତ୍ସା ପରେ ତାଙ୍କୁ ଭୁବନେଶ୍ୱର ଏମ୍ସ ସ୍ଥାନାନ୍ତର କରାଯାଇଛି । ତାଙ୍କ ପଞ୍ଜରା ହାଡ଼ରେ ଫ୍ରାକ୍ଚର ହୋଇଥିବା ସୂଚନା ମିଳିଛି । ଗତ ସୋମବାର ବ୍ରହ୍ମପୁର ସଂସଦୀୟ କ୍ଷେତ୍ରରେ ଭୋଟ ସରିବା ପରେ ଉତ୍କଳମଣି ୟୁପି ସ୍କୁଲ ବୁଥ ଆଗରେ ପ୍ରଦୀପ ପାଣିଗ୍ରାହୀଙ୍କ ସମର୍ଥକ ଓ ସ୍ୱାଧୀନ ବିଧାନସଭା ପ୍ରାର୍ଥୀ ଶିବଶଙ୍କର ଦାସ ସମର୍ଥକଙ୍କ ମଧ୍ୟରେ କୌଣସି କାରଣ ପାଇଁ ହାତାହାତି ହୋଇଥିଲା । ଏହି ଗଣ୍ଡଗୋଳ ସମୟରେ ଶିବଶଙ୍କର ପ୍ରଦୀପଙ୍କୁ ଆକ୍ରମଣ କରିଥିଲେ ।