ଓଡିଶା

୨୪ ବେଳକୁ ପ୍ରବଳ ବର୍ଷା ସମ୍ଭାବନା…

ଅସହ୍ୟ ତାତିରୁ ନିସ୍ତାର ପାଇବେ ରାଜ୍ୟବାସୀ । ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆକଳନ ଅନୁସାରେ ଆସନ୍ତା ୨୨ ତାରିଖରେ ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ସମୁଦ୍ର ଭିତରେ ଧିରେ ଧିରେ ଦକ୍ଷିଣ-ପୂର୍ବ ଦିଗକୁ ଗତି କରି ଅବପାତର ରୁପ ନେଇପାରେ । ମେ ୨୪ ତାରିଖ ବେଳକୁ ଏହା ଘନୀଭୂତ ହୋଇ ଉତ୍ତରପୂର୍ବ ଦିଗରେ ଗତି କରି କେନ୍ଦ୍ରୀୟ ବଙ୍ଗୋପସାଗରରେ ଅଧିକ ଘନୀଭୂତ ହେବାର ସମ୍ଭାବନା ରହିଛି । କିଛି ଦିନର ବ୍ୟବଧାନ ପରେ ରାଜ୍ୟରେ ଖରା ବଢ଼ିଛି । ଆସନ୍ତା ୨୦ ଓ ୨୧ ତାରିଖରେ ରାଜ୍ୟର କିଛି ଦିଲ୍ଲାରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ହେବାର ସମ୍ଭାବନା ଥିବା ପାଣିପାଗ କେନ୍ଦ୍ର ପୂର୍ବାନୁମାନ କରିଛି । ଏହାସହ ୨୦ ତାରିଖରେ ୬ ଜିଲ୍ଲା ୨୧ ତାରିଖରେ ୧୪ ଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି ।

Free2speak

About Author

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା