ଓଡିଶା

ଆକ୍ସନ ମୁଡରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ…

ବ୍ୟୁରୋ ରିପୋର୍ଟ, ୨୯/୬ : ରାଜ୍ୟର ଚାଷୀଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ଦୃଷ୍ଟାନ୍ତମୂଳକ ପଦକ୍ଷେପ ନେଲେ ରାଜ୍ୟ ସରକାର । ସବୁ ଧାନ ମଣ୍ଡିରେ ଲାଗିବ ସିସିଟିଭି କ୍ୟାମେରା । ସେହିପରି ମଣ୍ଡିରୁ ଧାନ ନେଇଯାଉଥିବା ଗାଡ଼ିରେ ଲଗାଯିବ ଜିପିଏସ୍ । ରାଜ୍ୟରେ ଦୁର୍ନୀତିକୁ ରୋକିବାକୁ ଏଭଳି ପଦକ୍ଷେପ ନେଇଛି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ । ଆଜି ଏହି ସୂଚନା ଦେଇଛନ୍ତି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ।

ଦୁର୍ନୀତି ରୋକିବାକୁ ଟେକ୍ନୋଲୋଜିର ବ୍ୟବହାର କରାଯିବ ବୋଲି ସେ କହିଛନ୍ତି । ଖାଲି ସେତିକି ନୁହେଁ, ଏନେଇ ବିଭାଗୀୟ ଅଧିକାରୀଙ୍କୁ ମଧ୍ୟ ସେ ନିର୍ଦ୍ଦେଶ ଦେଇଛନ୍ତି । ଆସନ୍ତା ଦୁଇ ମାସ ଭିତରେ ନୂଆ ବ୍ୟବସ୍ଥା ଆରମ୍ଭ ହେବ ବୋଲି ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗର ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ସୂଚନା ଦେଇଛନ୍ତି । ଅନ୍ୟପଟେ ଦୁର୍ନୀତି କଲେ ସ୍ପଟରେ ହେବ ଆକନ୍ସ । ଏଥିସହ ରାଜ୍ୟର ସମସ୍ତ ବ୍ଲକରେ ଶୀତଳ ଭଣ୍ଡାର କରିବା ନେଇ କୃଷି ବିଭାଗ ସହିତ ଆଲୋଚନା ହେଇଛି । ରାଜ୍ୟରେ ଅଧିକରୁ ଅଧିକ ଶୀତଳ ଭଣ୍ଡାର ହେଉ ବୋଲି ମୁଖ୍ୟମନ୍ତ୍ରୀ ଚାହୁଁଥିବା କହିଛନ୍ତି ମନ୍ତ୍ରୀ ।

ସୂଚନା ଅନୁସାରେ, ଧାନ ମଣ୍ଡିରେ କଟନୀ ଛଟନୀ ସାଙ୍ଗକୁ ହେରଫେର ହେଉଥିବା ନେଇ ଚାଷୀ ଅଭିଯୋଗ କରନ୍ତି । ଏହାସହ ଟୋକନ୍ ସମସ୍ୟା ସୃଷ୍ଟି ହୋଇଥାଏ । ଏହାକୁ ରୋକିବାକୁ ରାଜ୍ୟର ସବୁ ଧାନ ମଣ୍ଡିରେ ସିସି କ୍ୟାମେରା ଲାଗିବ ବୋଲି ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ସୂଚନା ଦେଇଛନ୍ତି ।

Free2speak

About Author

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା