ଓଡିଶା

ଆରମ୍ଭ ହେଲା ଜିଲ୍ଲାସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ…

ଗଜପତି, (ଏଫ୍ଟୁଏସ୍) ୦୨/୦୭ : ଗଜପତି ଜିଲ୍ଲା ସଦରମହକୁମା ପାରଳାଖେମୁଣ୍ଡିରେ ଜିଲ୍ଲାପାଳଙ୍କ କାର୍ଯ୍ୟଳୟ ସମ୍ମିଳନୀ କକ୍ଷଠାରେ ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଅଛି । ଏହି ଅଭିଯୋଗ ଶୁଣାଣିରେ ଗଜପତି ଜିଲ୍ଲାପାଳ ଶ୍ରୀଯୁକ୍ତ ସ୍ମୃତି ରଞ୍ଜନ ପ୍ରଧାନ, ଆରକ୍ଷୀ ଅଧିକ୍ଷକ ସୁଶ୍ରୀ ସ୍ୱାତୀ ଏସ. କୁମାର, ଜିଲ୍ଲା ବନଖଣ୍ଡ ଅଧିକାରୀ ଶ୍ରୀଯୁକ୍ତ ଏସ୍ ଆନନ୍ଦ, ଅତିରିକ୍ତ ଜିଲ୍ଲାପାଳ ଶ୍ରୀଯୁକ୍ତ ବୀରେନ୍ଦ୍ର କୁମାର ଦାସ ଓ ମୁଖ୍ୟ ଉନ୍ନୟନ ଅଧିକାରୀ ଜିଲ୍ଲା ପରିଷଦ ଗଜପତି ଡ଼. ଗୁଣନିଧି ନାୟକ ପ୍ରମୁଖ ଯୋଗଦାନ କରିଥିଲେ । ଏଥିରେ ପାରଳାଖେମୁଣ୍ଡି ପୌର ପରିଷଦ ସମେତ କେରାଣ୍ଡି, କତଳକଇଠା, ବାଘଶାଳ, ରାଣୀପେଣ୍ଠ ଓ ସିଧାମାଡ଼ଙ୍ଗ ପଞ୍ଚାୟତର ସମୁଦାୟ ମୋଟ- ୯୫ ଗୋଟି ଅଭିଯୋଗ ପତ୍ର ଗ୍ରହଣ କରାଯାଇଥିଲା । ସେଥି ମଧ୍ୟରୁ ବ୍ୟକ୍ତିଗତ ଅଭିଯୋଗ ସମସ୍ୟା- ୮୭ ଗୋଟି, ଗ୍ରାମ୍ୟ ଭିତ୍ତିକ ସମସ୍ୟା- ୮ ଗୋଟି ଓ ୮ ଗୋଟି ଅଭିଯୋଗକୁ ତୁରନ୍ତ ସମାଧାନ କରାଯାଇଛି । ୨ ଜଣକୁ ରେଡକ୍ରସ ପାଣ୍ଠିରୁ ୧୦ ହାଜର ଟଙ୍କା ଆର୍ଥିକ ସହାୟତା ପ୍ରଦାନ କରାଯାଇଛି । ଏହି ଅଭିଯୋଗ ଶୁଣାଣି ଶିବିରରେ ସାମାଜିକ ସୁରକ୍ଷା, ଜମି ପଟ୍ଟା, ମନରେଗା, ଗୃହ ନିର୍ମାଣ, ରାସନ୍ କାର୍ଡ, ଶିକ୍ଷା, ଜଳ ସେଚନ, ରାସ୍ତା ସମସ୍ୟା ଭଳି ବିଭିନ୍ନ ସମସ୍ୟା ନେଇ ଅଭିଯୋଗ ଆସିଥିଲା । ଗ୍ରାମ୍ୟ ମୁଖୀ ପ୍ରଶାସନ ସହ ସଂଯୁକ୍ତ ଜନ ଅଭିଯୋଗ ଶୁଣାଣିର ନୋଡାଲ ଅଧିକାରୀ ତଥା ଡେପୁଟି କଲେକ୍ଟର କମଳକାନ୍ତ ପଣ୍ଡା, ଗୋସାଣୀ ଗୋଷ୍ଠୀ ଉନ୍ନୟନ ଅଧିକାରୀ ଅଜୟ କୁମାର ପ୍ରଧାନ, ସ୍ଥାନୀୟ ତହସିଲଦାର ନାରାୟଣ ବେହେରାଙ୍କ ସମେତ ସମସ୍ତ ଜିଲ୍ଲା ସ୍ତରୀୟ ଅଧିକାରୀଗଣ ଏହି ଅଭିଯୋଗ ଶୁଣାଣୀରେ ଉପସ୍ଥିତ ଥିଲେ ।

Free2speak

About Author

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା