ଓଡିଶା

ପୁଣି ଖୋଲିବ ରତ୍ନ ଭଣ୍ଡାର, ସକାଳ ୮ଟାରୁ ମନ୍ଦିର ପ୍ରବେଶ କଟକଣା…

ବ୍ୟୁରୋ, (ଏଫ୍ଟୁଏସ୍) ୧୬/୦୭ : ଆସନ୍ତା ଜୁଲାଇ ୧୮ ତାରିଖ ଅର୍ଥାତ ଗୁରୁବାର ପୁଣି ଖୋଲାଯିବ ରନôଭଣ୍ଡାର । ରନôଭଣ୍ଡାର ସଂପର୍କିତ ଜରୁରୀ ବୈଠକ ପରେ ସୂଚନା ଦେଇଛନ୍ତି ରତ୍ନଭଣ୍ଡାର ତଦାରଖ କମିଟିର ଅଧ୍ୟକ୍ଷ ଜଷ୍ଟିସ୍ ବିଶ୍ୱନାଥ ରଥ । ସେ କହିଛନ୍ତି, ଗୁରୁବାର ଦିନ ପୁଣିଥରେ ରତ୍ନଭଣ୍ଡାର ଖୋଲାଯିବ । ସକାଳ ୯ଟା ୫୧ରୁ ୧୨.୧୫ ଭିତରେ ରତ୍ନଭଣ୍ଡାର ଖୋଲିବାକୁ ଉଦ୍ୟମ କରାଯିବ । ଏ ନେଇ ଶୁଭବେଳା ଧାର୍ଯ୍ୟ ହେଇଛି । ଏହି ସମୟରେ ନୀତିକାନ୍ତିରେ ଯେପରି କୌଣସି ବାଧା ସୃଷ୍ଟି ନ ହେବ ତା’ ଉପରେ ଦୃଷ୍ଟି ଦିଆଯିବ । ପ୍ରାୟ ସକାଳ ୮ଟା ବେଳକୁ ମନ୍ଦିର ପ୍ରବେଶ କଟକଣା କରାଯିବ । ସେହି ସମୟରେ ସାଧାରଣ ଭକ୍ତଙ୍କ ପାଇଁ ମନ୍ଦିର ପ୍ରବେଶ କଟକଣା ରହିବ ।
ଭିତର ଭଣ୍ଡାର ତାଲା ଖୋଲାଯାଇ ସିନ୍ଦୁକ ଏବଂ ଆଲମାରୀରେ ଥିବା ଅଳଙ୍କାର ସ୍ଥାନାନ୍ତରଣ ହେବ । ସମସ୍ତ ସ୍ଥାନାନ୍ତରଣ ପ୍ରକ୍ରିୟାର ଭିଡିଓଗ୍ରାଫି କରାଯିବ । ଅସ୍ଥାୟୀ ରତ୍ନଭଣ୍ଡାର ‘ଖଟଶେଯ ଘର’କୁ ସ୍ଥାନାନ୍ତରଣ କରାଯିବ । ସ୍ଥାନାନ୍ତରଣ ପରେ ଅସ୍ଥାୟୀ ରତ୍ନଭଣ୍ଡାର ତାଲା ସିଲ କରାଯିବ । ତାଲାକୁ ଜଉମୁଦ ସିଲ କରାଯାଇ ଚାବି ଟ୍ରେଜେରୀରେ ରଖାଯିବ ବୋଲି ଜଷ୍ଟିସ ବିଶ୍ୱନାଥ କହିଛନ୍ତି ।
ସେପଟେ ତାଲା-ଚାବି ସମ୍ପର୍କରେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଅରବିନ୍ଦ ପାଢ଼ୀ ସୂଚନା ଦେଇ କହିଛନ୍ତି, ବାହାର ରତ୍ନଭଣ୍ଡାରର ୩ଟି ତାଲା ସେଦିନ ନିର୍ଦ୍ଧାରିତ ଚାବିରେ ଖୋଲିଥିଲା । ବାହାର ରତ୍ନଭଣ୍ଡାର ତାଲା ଫିଟିବା ପରେ ଭିତର ରତ୍ନଭଣ୍ଡାର ଦେଖିଥିଲୁ । ୩ଟି ତାଲା ଭଙ୍ଗାଯାଇଥିଲେ ବି ୨ଟି ନୂଆ ତାଲା ପକାଇବା ସମ୍ଭବ ହୋଇଥିଲା । ୨ଟି ନୂଆ ତାଲାର ଚାବି ଓ ଭଙ୍ଗାଯାଇଥିବା ତାଲା ଟ୍ରେଜେରୀରେ ଜିମା ଦିଆଯାଇଛି । ଗୁରୁବାର ଟ୍ରେଜେରୀରୁ ନୂଆ ତାଲାର ଚାବି ଆଣି ଆଉଥରେ ରତ୍ନଭଣ୍ଡାର ଖୋଲାଯିବ ବୋଲି ମୁଖ୍ୟ ପ୍ରଶାସକ ସୂଚନା ଦେଇଛନ୍ତି ।

Free2speak

About Author

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା