ଓଡିଶା

ବିରିଡି ବ୍ଲକରେ ପଂଚାୟତ ସମିତି ବୈଠକ ଅନୁଷ୍ଠିତ…

ଜଗତସିଂହପୁର, (ଏଫ୍ଟୁଏସ୍ /ରୀତା ସାହୁ) : ସାଧାରଣ ନିର୍ବାଚନ ପରେ ଜଗତସିଂହପୁର ଜିଲ୍ଲା ବିରିଡି ବ୍ଲକରେ ପ୍ରଥମ ପଂଚାୟତ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି । ବ୍ଲକ ଅଧ୍ୟକ୍ଷା ମମତା ପାତ୍ରଙ୍କ ସଭାପତିତ୍ୱରେ ଆୟୋଜିତ ଏହି ବୈଠକରେ ମୁଖ୍ୟ ଅତିଥି ଭାବରେ ଜଗତସିଂହପୁର ସାଂସଦ ବିଭୁ ପ୍ରସାଦ ତରାଇ, ତିର୍ତ୍ତୋଲ ବିଧାୟକ ଡ଼ଃ ରମାକାନ୍ତ ଭୋଇ, ବିଡିଓ ବିଜୟ କୁମାର ବେହେରା, ଉପାଧ୍ୟକ୍ଷା ପିନାକୀ ପ୍ରିୟଦର୍ଶିନୀ, ଜୋନ ଦୁଇର ଜିଲ୍ଲା ପରିଷଦ ସଭ୍ୟ ଚନ୍ଦ୍ର ଶେଖର ଦାଶ, ଏକ ନମ୍ବର ଜୋନର ଜିଲ୍ଲା ପରିଷଦ ସଭ୍ୟା ଦୀପ୍ତିମୟୀ ରାୟ ଓ ଆତ୍ମା ଅଧ୍ୟକ୍ଷ ପ୍ରତାପ ଚନ୍ଦ୍ର ବେହେରା ପ୍ରମୁଖ ଯୋଗ ଦେବା ସହିତ ବିରିଡି ବ୍ଲକର ବିଭିନ୍ନ ଉନ୍ନୟନ ମୂଳକ କାର୍ଯ୍ୟ ସମ୍ପର୍କରେ ଆଲୋଚନା କରିଥିଲେ । ଏହି ଅବସରରେ ବ୍ଲକ ପକ୍ଷରୁ ନବନିର୍ବାଚିତ ସାଂସଦ ଓ ବିଧାୟକଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା । ବିଶେଷ କରି ପାନୀୟ ଜଳ, ରାସ୍ତା ଘାଟର ଉନ୍ନତିକରଣ, ବିଦ୍ୟୁତ ସେବା, ପ୍ରଧାନମନ୍ତ୍ରୀ ଆବାସ ଯୋଜନା, କୃଷି ଓ ଶିକ୍ଷା ବ୍ୟବସ୍ଥା ସମ୍ପର୍କରେ ଆଲୋଚନା କରାଯିବା ସହିତ ଏହାର କିପରି ସମାଧାନ କରାଯିବ ଓ ସାଧାରଣ ଲୋକ କିପରି ନ୍ୟାୟ ପାଇବେ ସେ ନେଇ ବିସ୍ତୃତ ଆଲୋଚନା କରାଯାଇଥିଲା । ଅନ୍ୟମାନଙ୍କ ମଧ୍ୟରେ ସମସ୍ତ ବିଭାଗର ଅଧିକାରୀ, ସରପଂଚ ଓ ସମିତି ସଭ୍ୟମାନେ ଉପସ୍ଥିତ ରହି ଏହି ବୈଠକକୁ ସଫଳ କରିଥିଲେ ।

Free2speak

About Author

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା