ଗଜପତିରେ ନୂତନ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀଙ୍କ ଦାୟିତ୍ୱ ଗ୍ରହଣ…

ଗଜପତି, (ଏଫ୍ଟୁଏସ୍/ ବିବେକାନନ୍ଦ ବେହେରା) : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିରେ ଥିବା ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ କାର୍ଯ୍ୟାଳୟରେ ନୂତନ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ଭାବେ ସୁରେନ୍ଦ୍ର ନାଥ ସ୍ୱାଇଁ ଦାୟିତ୍ୱ ଗ୍ରହଣ କରିଛନ୍ତି । ସେ ପୂର୍ବରୁ ଯାଜପୁର ଜିଲ୍ଲାରେ କୃଷି ଅଧିକାରୀ ଭାବେ କାର୍ଯ୍ୟରତ ଥିଲେ । ବର୍ତ୍ତମାନ ପଦୋନ୍ନତି ହୋଇ ଗଜପତି ଜିଲ୍ଲାର ମୁଖ୍ୟ କୃଷି ଅଧିକାରୀ ଭାବେ ଦାୟିତ୍ୱ ଗ୍ରହଣ କରିଛନ୍ତି । ଜିଲ୍ଲାର ଚାଷୀ ଭାଇ ଭଉଣୀମାନଙ୍କ ସର୍ବାଙ୍ଗୀନ ଉନ୍ନତି ପାଇଁ ସମସ୍ତ ଯୋଜନା ଯେଭଁଳି ଭାବେ ସଫଳ ରୂପାୟନ ହୋଇପାରିବ ଏବଂ ଚାଷୀମାନେ କିପରି ସରକାରଙ୍କ ବିଭିନ୍ନ ଯୋଜନାରେ ସାମିଲ ହୋଇପାରିବେ, ସେମାନଙ୍କର ସାମାଜିକ ତଥା ଅର୍ଥନୈତିକ ଅଭିବୃଦ୍ଧି ହୋଇ ପାରିବ ଏ ଦିଗରେ ଗୁରୁତ୍ୱ ଦିଆଯିବ ବୋଲି କହିଥିଲେ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ । ପ୍ରକାଶ ଥାଉକି ଏଥିରେ ପୂର୍ବରୁ କାର୍ଯ୍ୟରତ ଜିଲ୍ଲା ମୁଖ୍ୟ କୃଷି ଅଧିକାରୀ ବଳରାମ ସୁବୁଦ୍ଧି ଯୁଗ୍ମ ନିଦେ୍ର୍ଦଶକ ଭାବେ ପଦୋନ୍ନତି ପାଇଛନ୍ତି ।