ଓଡିଶା

ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ, ରାଧା ଓ କୃଷ୍ଣ ବେଶରେ କୁନି କୁନି ଶିଶୁ…

ଗଜପତି, (ଏଫ୍ଟୁଏସ୍/ ବିବେକାନନ୍ଦ ବେହେରା) : ପାରଳାଖେମୁଣ୍ଡି ସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ଶ୍ରୀକୃଷ୍ଣ ଜନ୍ମାଷ୍ଟମୀ ଉତ୍ସବ ମହାଡମ୍ବର ସହକାରେ ପାଳିତ ହୋଇଯାଇଛି । ଏହି ଅବସରରେ ବିଦ୍ୟାଳୟର ଶିଶୁ ପ୍ରାରମ୍ଭଠାରୁ ତୃତୀୟ ଶ୍ରେଣୀ ପର୍ଯ୍ୟନ୍ତ ରାଧା ଓ କୃଷ୍ଣ ବେଶ ଧାରଣ କରି ସ୍ଥାନୀୟ କରଣ ସାହି ସ୍ଥିତ ଶ୍ରୀ ନୃସିଂହନାଥ ମଠରୁ ଏକ ବିରାଟ ଶୋଭାଯାତ୍ରାରେ ବାହାରି ନଗର ପରିକ୍ରମା କରି ବିଦ୍ୟାଳୟରେ ପହଞ୍ଚିଥିଲେ । ଶୋଭାଯାତ୍ରାରେ ବିଦ୍ୟାଳୟର ପ୍ରାୟ ୧୦୦ରୁ ଉର୍ଦ୍ଧ୍ୱ ଛାତ୍ରଛାତ୍ରୀ ଶ୍ରୀକୃଷ୍ଣ ଓ ରାଧା ବେଶରେ ଭାଗ ନେଇଥିଲେ । ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଶ୍ରୀମତୀ ଇନ୍ଦିରା ଜମାଦାର, ମୁଖ୍ୟବକ୍ତା ରୂପେ ସୁଶ୍ରୀ ଚାରୁବାଳା ନାୟକ, ସମ୍ମାନିତ ଅତିଥି ଭାବେ ସ୍ଥାନୀୟ ଦେବୀ ମଠର ମହନ୍ତ ପୂଜ୍ୟଶ୍ରୀ ରାମାନନ୍ଦ ଦାଶ ମହାରାଜ, ବିଦ୍ୟାଳୟ ପରିଚାଳନା କମିଟିର ସଭାପତି ଶ୍ରୀଯୁକ୍ତ ସୁବାଷ ଚନ୍ଦ୍ର ଜମାଦାର, ଉପ-ସଭାପତି ଶ୍ରୀଯୁକ୍ତ ସଂଜୟ ଜେନା, ସମ୍ପାଦକ ଶ୍ରୀଯୁକ୍ତ ଚନ୍ଦ୍ରଶେଖର ପଟ୍ଟନାୟକ, ଯୁଗ୍ମ- ସମ୍ପାଦକ ବିଭୂତି ଭୂଷଣ ରଥ, କୋଷାଧ୍ୟକ୍ଷ ଶ୍ରୀଯୁକ୍ତ ପ୍ରମୋଦ ଚନ୍ଦ୍ର ପାଢ଼ୀ, ସଦସ୍ୟା ଶ୍ରୀମତୀ ସରିତା ପାଣିଗ୍ରାହୀ ଓ ଶ୍ରୀମତୀ ସୁଜାତା ଗମାଙ୍ଗ ପ୍ରମୁଖ ଯୋଗ ଦେଇଥିଲେ । ଏହି ଅବସରରେ ବିଦ୍ୟାଳୟରେ ଏକ ସାଂସ୍କୃତିକ କାର୍ଯ୍ୟକ୍ରମ ନୃତ୍ୟବିଚିତ୍ରା ଅନୁଷ୍ଠିତ ହୋଇଥିଲା । ଉକ୍ତ କାର୍ଯ୍ୟକ୍ରମଟି ବିଦ୍ୟାଳୟର ପ୍ରଧାନାଚାର୍ଯ୍ୟ ଶ୍ରୀଯୁକ୍ତ ସରୋଜ କୁମାର ପଣ୍ଡାଙ୍କ ତତ୍ୱାବଧାନରେ ତଥା ଅନ୍ୟ ଆଚାର୍ଯ୍ୟ ଆଚାର୍ଯ୍ୟାଙ୍କ ସହଯୋଗରେ ସଫଳ ମଣ୍ଡିତ ହୋଇଥିଲା । ଏହି ଅବସରରେ ବିଦ୍ୟାଳୟ ପରିସରରେ ୯ମ ଓ ୧୦ମ ଶ୍ରେଣୀର ଛାତ୍ରମାନଙ୍କ ଦ୍ୱାରା ଦହି ହାଣ୍ଡି ଭଙ୍ଗା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । କାର୍ଯ୍ୟକ୍ରମ ଶେଷରେ ବିଦ୍ୟାଳୟର ବରିଷ୍ଠ ସଂସ୍କୃତ ଆଚାର୍ଯ୍ୟ ଶ୍ରୀଯୁକ୍ତ ଗୋପାଳକୃଷ୍ଣ ପଣ୍ଡିତ ଧନ୍ୟବାଦ ଅର୍ପଣ କରିଥିଲେ ।

Free2speak

About Author

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା