ଘରେ ଘରେ ପହଞ୍ଚିବ ସୁଭଦ୍ରା ଗାଇଡଲାଇନ୍…ରାଜ୍ୟରେ ଗଡ଼ିଲା ସୁଭଦ୍ରା ସଚେତନତା ରଥ…

ରାଜ୍ୟରେ ଗଡ଼ିଲା ସୁଭଦ୍ରା ସଚେତନତା ରଥ । ରାଜଧାନୀର ମହାତ୍ମା ଗାନ୍ଧୀ ମାର୍ଗରେ ସୁଭଦ୍ରା ସଚେତନତା ରଥର ଶୁଭାରମ୍ଭ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ସୁଭଦ୍ରା ଯୋଜନା ହେଉଛି ଏକ ଯୁଗାନ୍ତକାରୀ ଯୋଜନା ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ । ଏହି ଅବସରରେ ଉପ ମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା, ଏକାମ୍ର ବିଧାୟକ ବାବୁ ସିଂହ, ମେୟର୍ ସୁଲୋଚନା ଦାସ ଓ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା ପ୍ରମୁଖ ଉପସ୍ଥିତ ଥିଲେ । ଏହି ରଥ ଆଗାମୀ ୧୬ ତାରିଖ ଯାଏ ବୁଲି ବୁଲି ଲୋକଙ୍କୁ ସଚେତନ କରାଇବ । ସୁଭଦ୍ରା ଯୋଜନାରେ ମହିଳାଙ୍କୁ ୫୦ ହଜାର ଟଙ୍କା ମିଳିବ । ଯାହା ମହିଳାଙ୍କ ଆଶା ପୂରଣ କରିବାରେ ସହାୟକ ହେବ ।
ଏହି ଅବସରରେ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କହିଛନ୍ତି, ମହିଳାମାନଙ୍କ ସର୍ବାଙ୍ଗୀନ ଉନ୍ନତି ଲାଗି ମୋହନ ସରକାର ଅଙ୍ଗୀକାରବଦ୍ଧ । ତେଣୁ ଧୈର୍ଯ୍ୟ ରଖନ୍ତୁ, ଶୀଘ୍ର ସୁଭଦ୍ରା ସମସ୍ତଙ୍କ ପାଖରେ ପହଞ୍ଚିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି ପ୍ରଭାତୀ ପରିଡା ।