ଓଡିଶା

ଓଡ଼ିଶାରୁ ଗଡ଼ିଲା ଆଉ ଦୁଇଟି ‘ବନ୍ଦେ ଭାରତ’ ଏକ୍ସପ୍ରେସ୍…

ଓଡ଼ିଶାରୁ ଗଡ଼ିଲା ଆଉ ଦୁଇଟି ‘ବନ୍ଦେ ଭାରତ’ ଏକ୍ସପ୍ରେସ୍ । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ବ୍ରହ୍ମପୁର-ଟାଟାନଗର ଓ ରାଉରକେଲା-ହାୱାଡ଼ା ବନ୍ଦେ ଭାରତ ଏକ୍ସପ୍ରେସ୍ ଟ୍ରେନର ଶୁଭାରମ୍ଭ ଭର୍ଚୁଆଲ୍ ମୋଡରେ କରିଛନ୍ତି । ଆଜି ଦେଶରେ ମୋଟ ୬ଟି ବନ୍ଦେ ଭାରତ ଏକ୍ସପ୍ରେସର ଶୁଭାରମ୍ଭ କରିଛନ୍ତି ମୋଦି । ସେଥିମଧ୍ୟରେ ଦେଓଘର-ବାରଣାସୀ, ଭାଗଲପୁର-ହାୱଡ଼ା, ଟାଟାନଗର-ପାଟନା ଏବଂ ଗୟା-ହାୱଡ଼ା ବନ୍ଦେ ଭାରତ ଏକ୍ସପ୍ରେସ୍ ରହିଛି।

ବ୍ରହ୍ମପୁର-ଟାଟାନଗର ବନ୍ଦେ ଭାରତ ଏକ୍ସପ୍ରେସ୍ ବ୍ରହ୍ମପୁରରୁ ବାହାରି ବାଲୁଗାଁ, ଖୋର୍ଦ୍ଧାରୋଡ଼ ଭୁବନେଶ୍ବର, କଟକ, ଜଖପୁରା, ହରିଚନ୍ଦନପୁର, କେନ୍ଦୁଝରଗଡ଼, ନୟାଗଡ଼, ବାଂଶପାଣି, ଡାଙ୍ଗୋଆପୋଷି, ଚାଇବାସା ହୋଇ ଟାଟାନଗରରେ ପହଞ୍ଚିବ । ଏହାର ଶୁଭାରମ୍ଭ ବେଳେ ବ୍ରହ୍ମପୁର ରେଳ ଷ୍ଟେସନରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଉପସ୍ଥିତ ଥିଲେ।

ସେହିପରି ରାଉରକେଲା-ହାୱଡା ବନ୍ଦେ ଭାରତ ଏକ୍ସପ୍ରେସ କେବଳ ୩ଟି ଷ୍ଟେସନ ଚକ୍ରଧରପୁର, ଟାଟାନଗର ଓ ଖଡଗପୁରରେ ଅଟକିବ ବୋଲି ସୂଚନା ମିଳିଛି । ଏହି ଅବସରରେ ରାଉରକେଲା ରେଳ ଷ୍ଟେସନରେ ରାଜ୍ୟପାଳ ରଘୁବର ଦାସ ଉପସ୍ଥିତ ଥିଲେ ।

ଆସନ୍ତାକାଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାରେ ଗସ୍ତରେ ଆସିବେ । ଏହି ଗ୍ରସ୍ତ ସମୟରେ ମୋଦି ‘ସୁଭଦ୍ରା’ ଯୋଜନା ସହ ବିଭିନ୍ନ ସରକାରୀ ଯୋଜନାର ଉଦଘାଟନ କରିବେ । ଏଥିସହ ଦୁର୍ଗ- ବିଶାଖାପାଟଣା ବନ୍ଦେ ଭାରତ ଏକ୍ସପ୍ରେସର ଉଦଘାଟନ କରିବେ । ପୂର୍ବରୁ ଓଡ଼ିଶା ଦେଇ ୩ଟି ବନ୍ଦେ ଭାରତ ଏକ୍ସପ୍ରେସ ଚାଲୁଥିବା ବେଳେ, ୩ଟି ନୂଆ ସେମି-ହାଇସ୍ପିଡ୍ ଟ୍ରେନର ଶୁଭାରମ୍ଭ ପରେ ଏହା ୬କୁ ବୃଦ୍ଧି ପାଇଛି ।

Free2speak

About Author

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା