ଆଜି ୧୫ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି…

ବ୍ୟୁରୋ ରିପୋର୍ଟ : କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଘୂର୍ଣ୍ଣିବଳୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଉତ୍ତର ଆନ୍ଧ୍ର ଏବଂ ଦକ୍ଷିଣ ଓଡ଼ିଶା ଉପକୂଳବର୍ତ୍ତୀ ସମୁଦ୍ର ଅଞ୍ଚଳରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ସହ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୭.୬ କିଲୋମିଟର ବ୍ୟାପିଛି । ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି ।
https://x.com/mcbbsr/status/1838474455879721120/photo/1
ପାଣିପାଗ କେନ୍ଦ୍ର ସୂଚନା ଅନୁଯାୟୀ ଆସନ୍ତା ୨୭ ତାରିଖ ସକାଳ ପର୍ଯ୍ୟନ୍ତ ଓଡ଼ିଶାର ବିଭିନ୍ନ ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ । ଆଜି ୧୫ ଜିଲ୍ଲାରେ ଗଞ୍ଜାମ, ଗଜପତି, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, କୋରାପୁଟ, ମାଲକାନଗିରି, ନବରଙ୍ଗପୁର, ନୂଆପଡ଼ା, ମୟୂରଭଞ୍ଜ, କେନ୍ଦୁଝର, ବାଲେଶ୍ବର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଯାଜପୁରରେ ବିଜୁଳି, ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବ । ଏ ନେଇ ଏହି ଜିଲ୍ଲାଗୁଡ଼ିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ଏହି ସବୁ ଜିଲ୍ଲାରେ ୭ରୁ ୧୧ ସେଣ୍ଟିମିଟର ଯାଏ ବର୍ଷା ହେବା ନେଇ ପୂର୍ବାନୁମାନ କରିଛି ପାଣିପାଗ କେନ୍ଦ୍ର । ଏହି ସମୟରେ କଟକ, ଜଗତସିଂହପୁର, ନୟାଗଡ଼, ପୁରୀ ଓ ଖୋର୍ଦ୍ଧା ଜିଲ୍ଲାରେ କାଳବୈଶାଖୀ ପ୍ରଭାବ ରହିବ ।