ଓଡିଶା

୨୦ ଫୁଟ ତଳକୁ ଓଲଟିଲା ତୀର୍ଥଯାତ୍ରୀ ବସ୍, ଅଧା ରହିଗଲା ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ !

ବାଲେଶ୍ୱର: ତୀର୍ଥ ଯାତ୍ରା ହେଲା ଶେଷ ଯାତ୍ରା । ଅଧା ରହିଗଲା ମହାପ୍ରଭୁ ଶ୍ରୀ ଜଗନ୍ନାଥଙ୍କ ଦର୍ଶନ । ଭାରସାମ୍ୟ ହରାଇ ଜାତୀୟ ରାଜପଥରୁ ୨୦ ଫୁଟ ତଳକୁ ଓଲଟିଲା ତୀର୍ଥଯାତ୍ରୀ ବସ୍ । ମର୍ମନ୍ତୁଦ ସଡକ ଦୁର୍ଘଟଣାରେ ଚାଲିଯାଇଛି ୬ଜଣ ତୀର୍ଥ ଯାତ୍ରୀଙ୍କ ଜୀବନ । ସେପଟେ ୨୩ ରୁ ଉଦ୍ଧ୍ୱର୍ ତୀର୍ଥଯାତ୍ରୀ ଆହତ ହୋଇଥିବା ବେଳେ ୧୭ ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ରହିଛି । ଗୁରୁତର ଆହତଙ୍କୁ ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି ।

ସୂଚନା ଅନୁଯାୟୀ, ଉତ୍ତର ପ୍ରଦେଶର ୫୭ ଜଣ ତୀର୍ଥଯାତ୍ରୀଙ୍କୁ ନେଇ ‘କ୍ରିଷ୍ଣା’ ନାମକ ଏକ ତୀର୍ଥଯାତ୍ରୀ ବସ୍ ପୁରୀ ବାହାରିଥିଲା । ଗତ ୧୮ ତାରିଖରୁ ତୀର୍ଥ ଯାତ୍ରା ପାଇଁ ବାହାରିଥିବା ଏହି ବସ୍ ଗତକାଲି ରାତିରେ କଲିକତାରୁ ପୁରୀ ଅଭିମୁଖେ ଯାଉଥିବା ବେଳେ ରାତିପ୍ରାୟ ଗୋଟାଏ ସମୟରେ ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ଥାନା ଅନ୍ତର୍ଗତ ୬୦ ନମ୍ବର ଜାତୀୟ ରାଜପଥର ଚାଲନ୍ତି ବାଇପାସ ନିକଟରେ ଭାରସାମ୍ୟ ହରାଇ ବସଟି ୨୦ ଫୁଟ ତଳକୁ ଓଲଟି ପଡିଥିଲା । ଖବର ପାଇ ଜାତୀୟ ରାଜପଥ ପେଟ୍ରୋଲିଂ ଭ୍ୟାନ୍, ଜଳେଶ୍ୱର ପୋଲିସ ଏବଂ ଅଗ୍ନିଶମ ବାହିନୀ ପହଞ୍ଚି ଉଦ୍ଧାର କାର୍ଯ୍ୟ କରିଥିଲେ । ଦୁର୍ଘଟଣା ପରେ ବସର ଡ୍ରାଇଭର ଏବଂ ହେଲପର ଘଟଣା ସ୍ଥଳରୁ ଫେରାର ହୋଇଯାଇଥିବା ବେଳେ ଜଳେଶ୍ୱର ଏସଡିପିଓ ସେଠାରେ ପହଞ୍ଚି ତଦନ୍ତ କରୁଛନ୍ତି । ଏହି ମର୍ମନ୍ତୁଦ ଦୁର୍ଘଟଣାରେ ଜଣେ ମହିଳାଙ୍କ ସମେତ ୬ ଜଣ ତୀର୍ଥ ଯାତ୍ରୀଙ୍କ ମୃତୁ୍ୟ ହୋଇଥିବା ସୂଚନା ମିଳିଛି । ସେପଟେ ଆହତ ସମସ୍ତ ତୀର୍ଥଯାତ୍ରୀଙ୍କୁ ଜଳେଶ୍ୱର ଜିକେ ଭଟ୍ଟର ହସ୍ପିଟାଲରେ ଭର୍ତ୍ତି କରା ଯାଇଥିବାବେଳେ ୧୭ଜଣଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ସେମାନଙ୍କୁ ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି ।

Free2speak

About Author

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା