ଓଡିଶା

ରାଜ୍ୟବାସୀଙ୍କୁ ଦୀପାବଳିର ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ ।

ରାଜ୍ୟବାସୀଙ୍କୁ ଦୀପାବଳିର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ । ନିଜ ସୋସିଆଲ ମିଡିଆ ଏକ୍ସରେ ‌ପୋଷ୍ଟ କରି ମୁଖ୍ୟମନ୍ତ୍ରୀ କହିଛନ୍ତି, “ଆଲୋକ ଓ ଆନନ୍ଦର ପର୍ବ ଦୀପାବଳି ଅବସରରେ ଓଡ଼ିଶାର ସମସ୍ତ ଭାଇ ଓ ଭଉଣୀମାନଙ୍କୁ ମୋର ହାର୍ଦ୍ଦିକ ଅଭିନନ୍ଦନ । ଏହି ଅବସରରେ ସମସ୍ତଙ୍କ ଜୀବନରୁ ଅନ୍ଧକାର ଦୂର ହୋଇ ଜ୍ଞାନର ଅଭ୍ୟୁଦୟ ହେଉ ଏତିକି ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନିକଟରେ ମୋର ପ୍ରାର୍ଥନା ।“

ଏହି ଅବସରରେ ଗାଁରେ ଦୀପାବଳି ପାଳିବେ ମୁଖ୍ୟମନ୍ତ୍ରୀ । ଆଦିବାସୀ ପରମ୍ପରା ଅନୁଯାୟୀ ଦୀପାବଳି ପାଳିବା ସହ ସୋହରାଇ ପୂଜାରେ ସାମିଲ ହେବେ ମୁଖ୍ୟମନ୍ତ୍ରୀ । ଏ ନେଇ ଆଜିଠୁ ଦୁଇ ଦିନିଆ କେନ୍ଦୁଝର ଗସ୍ତରେ ଯିବେ ମୁଖ୍ୟମନ୍ତ୍ରୀ । 

Free2speak

About Author

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା