ଓଡିଶା

୨୪ରେ ଖାତାକୁ ଆସିବ ‘ସୁଭଦ୍ରା’ ଯୋଜନାର ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା

ଆସନ୍ତା ୨୪ରେ ଖାତାକୁ ଆସିବ ‘ସୁଭଦ୍ରା’ ଯୋଜନାର ପ୍ରଥମ କିସ୍ତିର ତୃତୀୟ ପର୍ଯ୍ୟାୟ ଟଙ୍କା । ପ୍ରାୟ ୨୦ ଲକ୍ଷରୁ ଅଧିକ ହିତାଧିକାରୀ ଏହାଦ୍ବାରା ଉପକୃତ ହେବେ । ସୁନ୍ଦରଗଡ଼ ଜିଲ୍ଲାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଏହି ଟଙ୍କା ପ୍ରଦାନ କରାଯିବ ବୋଲି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । ଏହି କାର୍ଯ୍ୟକ୍ରମରେ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ, ଜୁଏଲ ଓରାମ ପ୍ରମୁଖ ଉପସ୍ଥିତ  ରହିବେ ବୋଲି ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା । 

ବିଭିନ୍ନ କାରଣରୁ ଏପର୍ଯ୍ୟନ୍ତ ୨ ଲକ୍ଷ ୬୭ ହଜାର ଆବେଦନ ଖାରଜ ହୋଇଥିବା ବେଳେ ବ୍ଲକସ୍ତରରେ ଖାରଜ ତାଲିକା ପ୍ରସ୍ତୁତ ହୋଇଛି । ଏହା ମଧ୍ୟରେ ବ୍ୟାଙ୍କ, ଆଧାର କାର୍ଡରେ ଥିବା ତ୍ରୁଟି ସଂଶୋଧନ କରିନେଲେ ସେମାନଙ୍କୁ ଏହି ପର୍ଯ୍ୟାୟରେ ସାମିଲ କରାଯିବ । ନଚେତ ବାଦ୍  ପଡ଼ିଥିବା ମହିଳାମାନଙ୍କୁ ଆସନ୍ତା ପର୍ଯ୍ୟାୟରେ ସାମିଲ କରିବାକୁ ଟାର୍ଗେଟ ରଖାଯାଇଛି ବୋଲି ଗଣମାଧ୍ୟମକୁ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ । ଏହାସହ ଜଣେ ବି ଯୋଗ୍ୟ ହିତାଧିକାରୀ ଏହି ଯୋଜାନରୁ ବଞ୍ଚିତ ହେବେନି ଏବଂ ସମସ୍ତ ହକଦାରଙ୍କୁ ଟଙ୍କା ପ୍ରଦାନ କରାଯିବ ବୋଲି କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।

୧ କୋଟି ୨୦ ହଜାରରୁ ଅଧିକ ମହିଳା ହିତାଧିକାରୀ ବର୍ତ୍ତମାନ ସୁଦ୍ଧା ପଞ୍ଜୀକରଣ କରିସାରିଲେଣି । ଗତ ସେପ୍ଟେମ୍ବର ୧୭ ରେ ରାଜ୍ୟରେ ସୁଭଦ୍ରା ଯୋଜନାର ଶୁଭାରମ୍ଭ ହୋଇଥିଲା। ଭୁବନେଶ୍ୱରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯୋଗ ଦେଇ ଏହି କାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ। ପ୍ରଥମ କିସ୍ତିର ପ୍ରଥମ ପର୍ଯ୍ୟାୟରେ ରାଜ୍ୟର ୨୫ ଲକ୍ଷ ମହିଳାଙ୍କୁ ସୁଭଦ୍ରା ଟଙ୍କା ମିଳିଥିଲା । ଏହାପରେ ଦ୍ୱିତୀୟ ପର୍ଯ୍ୟାୟରେ ପ୍ରାୟ ୩୫ ଲକ୍ଷରୁ ଅଧିକ ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ମିଳିସାରିଛି । ଏଯାବତ୍ ପ୍ରାୟ ୬୦ ଲକ୍ଷ ମହିଳା ସୁଭଦ୍ରା ଯୋଜନାର ପ୍ରଥମ କିସ୍ତି ଟଙ୍କା ପାଇ ସାରିଲେଣି ।

ସୁଭଦ୍ରା ଯୋଜନାରେ କୋଟିଏରୁ ଅଧିକ ହିତାଧିକାରୀଙ୍କୁ ପଞ୍ଜୀକୃତ କରିବା ଏକ ବଡ଼ ଉପଲବ୍ଧି ହେବ ବୋଲି କହିଛନ୍ତି ପ୍ରଭାତୀ । ସୁଭଦ୍ରା ଯୋଜନା ସମ୍ବନ୍ଧୀୟ ସମସ୍ତ ଖବର ପାଇଁ ପ୍ରସ୍ତୁତ ଅଫିସିଆଲ ୱେବସାଇଟ କିମ୍ବା ଅଫିସିଆଲ ସୋସିଆଲ ମିଡିଆକୁ ଅନୁସରଣ କରିହେବ । ଏହାସହ ଟୋଲ ଫ୍ରି ନମ୍ବର(୧୪୬୭୮)କୁ କଲ କରନ୍ତୁ ବୋଲି ଉପମୁଖ୍ୟମନ୍ତ୍ରୀ ସୂଚନା ଦେଇଛନ୍ତି।

Free2speak

About Author

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା