ଓଡିଶା

ମ୍ୟାଡମ୍ ପ୍ରେସିଡେଣ୍ଟଙ୍କ ଆଗମନକୁ ଅପେକ୍ଷା…

ଆଜି ଓଡ଼ିଶା ଆସୁଛନ୍ତି ମ୍ୟାଡମ୍ ପ୍ରେସିଡେଣ୍ଟ  । ଅପରାହ୍ନ ୫ଟାରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ବିମାନବନ୍ଦରରେ ପହଞ୍ଚିବେ ମହାମହିମ ରାଷ୍ଟ୍ରପତି । ରାଷ୍ଟ୍ରପତିଙ୍କ ସ୍ବାଗତ ପାଇଁ ଭୁବନେଶ୍ବରରେ ହୋଇଛି ସ୍ବତନ୍ତ୍ର ବ୍ୟବସ୍ଥା । ବିମାନ ବନ୍ଦରରେ ପହଞ୍ଚିବା ପରେ ସେଠାରୁ ସିଧାସଳଖ ଚନ୍ଦ୍ରଶେଖରପୁର ସ୍ଥିତ ନୀଳାଦ୍ରି ବିହାର ଗସ୍ତ କରି ପଣ୍ଡିତ ରଘୁନାଥ ମୁର୍ମୁଙ୍କ ପ୍ରତିମୂର୍ତ୍ତିକୁ ଉନ୍ମୋଚନ କରିବାର କାର୍ଯ୍ୟକ୍ରମ ରହିଛି । ପରେ ଆଦିମ ଓୱାର ଜାର୍ପା ଜାହେର ପରିଦର୍ଶନ କରିବେ । ଏହାପରେ ରାଜଭବନ ଯାଇ ସେଠାରେ ରାତ୍ରି ଯାପନ କରିବେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ତ୍ରି-ସ୍ତରୀୟ ସୁରକ୍ଷା ବ୍ୟବସ୍ଥାରେ ୩ ଜଣ ଡିସିପି ରାଙ୍କର ଅଫିସର, ୧୫ ଜଣ ଆଡିସନାଲ ରାଙ୍କର ଅଫିସର,  ୪୫ ଏସିପି ରାଙ୍କର ଅଫିସର, ୨୦୦ ଜଣ ଇନ୍ସପେକ୍ଟର ଓ ସବ୍ ଇନ୍ସପେକ୍ଟର ରାଙ୍କର ଅଫିସର ଦାୟିତ୍ୱରେ ଅଛନ୍ତି । ଟ୍ରାଫିକର ସୁପରିଚାଳନା ପାଇଁ ୪୦ ପ୍ଲାଟୁନରୁ ଅଧିକ ଫୋର୍ସ ମୁତୟନ କରାଯିବ । ରାଷ୍ଟ୍ରପତିଙ୍କ ଗସ୍ତକୁ ନେଇ ବ୍ଲୁ ବୁକ୍ ଅନୁସାରେ ସମ୍ପୂର୍ଣ୍ଣ ସୁରକ୍ଷା ବ୍ୟବସ୍ଥା କରାଯାଇଛି । ରାଜଧାନୀର ବିଭିନ୍ନ ସ୍ଥାନରେ ଟ୍ରାଫିକ କଟକଣା ମଧ୍ୟ ଲଗାଯାଇଛି ।

ଆସନ୍ତାକାଲି ରାଷ୍ଟ୍ରପତି ପୁରୀ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ସକାଳ ୯ଟା ୪୫ରେ ପୁରୀ ତାଳବଣିଆ ହେଲିପ୍ୟାଡରେ ପହଞ୍ଚିବେ । ଶ୍ରୀମନ୍ଦିରରେ ପ୍ରଥମେ ମହାପ୍ରଭୁଙ୍କ ଦର୍ଶନ କରି ପରେ ପୁରୀ ଗୋପବନ୍ଧୁ ଆୟୁର୍ବେଦ ମହାବିଦ୍ୟାଳୟର ୭୫ତମ ବାର୍ଷିକ ଉତ୍ସବରେ ଯୋଗ ଦେବେ । ଅପରାହ୍ନ ୩ଟା ୫୫ ମିନିଟରେ ପୁରୀ ବ୍ଲୁ-ଫ୍ଲାଗ୍ ବେଳାଭୂମିରେ ଆୟୋଜିତ ନୌସେନା ଦିବସ ସମାରୋହ ଓ ସମର କୌଶଳ ପ୍ରଦର୍ଶନରେ ମୁଖ୍ୟ ଅତିଥି ଭାବେ ସାମିଲ ହେବେ । INS ଜଲସା, ମିଶାଇଲ୍ ଡେଷ୍ଟ୍ରୋୟର INS ଦିଲ୍ଲୀ, INS ଶକ୍ତି, INS ସର୍ୟୁ, INS ଅରିହନ୍ତ, INS ସାତପୁରା ପ୍ରମୁଖ ନେଭି ଡେ ଉତ୍ସବରେ ସାମିଲ ହୋଇ ପରାକ୍ରମ ଦେଖାଇବେ। ସେହିପରି ହକ୍, ସି-କିଙ୍ଗ, ମିଗ୍-୨୯ ଭଳି ଫାଇଟର ଜେଟ୍ ଓ ଚେତକ, MS-୬୦ ହେଲିକପ୍ଟର ଦେଖାଇବେ ନୌସେନାର ବୀରତ୍ୱ। 

ଡିସେମ୍ବର ୫ତାରିଖରେ ଓୟୁଏଟିର ୪୦ତମ ସମାବର୍ତ୍ତନ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗ ଦେବେ । ସେହିଦିନ ଭୁବନେଶ୍ୱରର ନ୍ୟାୟିକ କୋର୍ଟର ନୂଆ ଅଟ୍ଟାଳିକାକୁ ଉଦଘାଟନ କରିବେ । ଡିସେମ୍ବର ୬ରେ ରାଷ୍ଟ୍ରପତି ଶ୍ରୀମତୀ ମୁର୍ମୁ ମୟୂରଭଞ୍ଜ ଜିଲ୍ଲା ଗସ୍ତରେ ଯାଇ ଉପରବେଡ଼ାରେ ଛାତ୍ରଛାତ୍ରୀ ଓ ଗାଁ ଲୋକମାନଙ୍କ ସହ ମତବିନିୟମ କରିବେ । ସେହିଦିନ ରାଇରଙ୍ଗପୁରଠାରେ ରାଇରଙ୍ଗପୁର ମହିଳା କଲେଜର ଛାତ୍ରଛାତ୍ରୀ ଓ ଅଧ୍ୟାପିକମାନଙ୍କ ସହ କଥା ହେବେ । ସେହିପରି ୭ ତାରିଖରେ ବାଙ୍ଗିରିପୋଷି-ଗୋରୁମହିଷାଣୀ, ବୁରମରା-ଚକୁଳିଆ ଓ ବାଦାମପାହାଡ଼-କେନ୍ଦୁଝରଗଡ଼ ରେଳଲାଇନ୍‌, ରାଇରଙ୍ଗପୁର ଆଦିବାସୀ ଗବେଷଣା ଓ ବିକାଶ କେନ୍ଦ୍ର, ଦାଣ୍ଡବୋଷ ବିମାନ ବନ୍ଦର ଓ ରାଇରଙ୍ଗପୁର ଉପଖଣ୍ଡ ଚିକିତ୍ସାଳୟ ସମେତ ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଉଦଘାଟନ କରିବାର କାର୍ଯ୍ୟକ୍ରମ ରହିଛି ।

Free2speak

About Author

Leave a comment

Your email address will not be published. Required fields are marked *

You may also like

ଓଡିଶା

ବାତ୍ୟା ’ଜୱାଦ’ ଆସିଲେ ଘଣ୍ଟା ପ୍ରତି ସର୍ବାଧିକ ୧୦୦ କି.ମି ବେଗରେ ପବନ ହେବ।

ସମ୍ଭାବ୍ୟ ବାତ୍ୟା ପ୍ରସଙ୍ଗରେ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏକ ସମୀକ୍ଷା ବୈଠକ କରିଥିବା ବେଳେ ସେଥିରେ ଯୋଗ ଦେବା ପରେ ଶ୍ରୀ ମହାପାତ୍ର କହିଛନ୍ତି,  ଆଣ୍ଡାମାନ ସାଗରରେ
ଓଡିଶା

କିଶନନଗର ଥାନା ଅଂଚଳରେ ବଡ଼ ଧରଣର ଲୁଟ

କିଶନନଗର ଥାନା ଅଞ୍ଚଳରେ ଗୋଟିଏ ରାତିରେ ଦୁଇ ଦୁଇଟି ପଞ୍ଚାୟତରୁ ଲକ୍ଷାଧିକ ଟଙ୍କାର ଲୁଟ୍ । ଖବର ପାଇ ପୋଲିସର ଜୋରଦାର ତଦନ୍ତ ଜାରି । ସୂଚନା