‘ଦି ସାବରମତୀ ରିପୋର୍ଟ’ ଫିଲ୍ମକୁ କରମୁକ୍ତ କରିଥିବାରୁ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଲେ ଏକତା…

ଓଡ଼ିଶାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟିଲେ ବଲିଉଡ୍ ଫିଲ୍ମ ପ୍ରଯୋଜିକା ଏକତା କପୁର । ରାଜ୍ୟ ବିଧାନସଭାରେ ସେ ମୁଖ୍ୟମନ୍ତ୍ରୀଙ୍କୁ ଭେଟି ‘ଦି ସାବରମତୀ ରିପୋର୍ଟ’ ଦେଖିବା ପାଇଁ ନିମନ୍ତ୍ରଣ କରିଛନ୍ତି । ଏଥିସହ ରାଜ୍ୟ ସରକାର ‘ଦି ସାବରମତୀ ରିପୋର୍ଟ’ ଫିଲ୍ମକୁ କରମୁକ୍ତ କରିଥିବାରୁ ସେ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି । ସତ୍ୟକୁ ସବୁଦିନ ପାଇଁ ଲୁଚାଇ ରଖାଯାଇ ପାରିବ ନାହିଁ । ଗଣମାଧ୍ୟମ ଦେଖାଉଥିବା କଥା ଯେ ସବୁବେଳେ ସତ୍ୟ ତାହା ଯଥାର୍ଥ ନୁହେଁ । ୨୦୦୨ ଫେବୃଆରୀ ୨୭ ତାରିଖର ଗୋଧ୍ରା ଟ୍ରେନ ପୋଡି ଘଟଣା ଉପରେ ଆଧାରିତ ହୀନ୍ଦି ଚଳଚ୍ଚିତ୍ର ‘ଦି ସାବରମତୀ ରିପୋର୍ଟ’ । ସେଥିରେ ଜୀବନ୍ତ ଦଗ୍ଦ ହେଇଥିବା ୫୯ ଜଣ ଜୀବନର ସତ୍ୟ କାହାଣୀ ଉପରେ ଆଧାରିତ ଏହି ଚଳଚ୍ଚିତ୍ର । ନଭେମ୍ୱର ୧୫ ରେ ରିଲିଜ୍ ହୋଇଥିବା ଏହି ଚଳଚ୍ଚିତ୍ର ଏବେ ଟ୍ୟାକ୍ସ ଫ୍ରି ହୋଇଛି । ଉତ୍ତରପ୍ରଦେଶ, ମଧ୍ୟପ୍ରଦେଶ, ଛତିଶଗଡ଼, ରାଜସ୍ଥାନ, ହରିୟାଣା ଓ ଗୁଜୁରାଟ ପରେ ଓଡ଼ିଶା ସରକାର ଏହି ସିନେମାକୁ ଟିକସମୁକ୍ତ ଘୋଷଣା କରିଛନ୍ତି ।