ଓଡିଶା କଳା ସଂସ୍କୃତି

ଅଖିମୁଠି ଅନୁକୂଳ କରୁଛନ୍ତି କୃଷକ…

ଆଜି ପବିତ୍ର ଅକ୍ଷୟ ତୃତୀୟା । ବୈଶାଖ ମାସ ଶୁକ୍ଳପକ୍ଷ ତୃତୀୟାକୁ ଅକ୍ଷୟ ତୃତୀୟା ବୋଲି କୁହାଯାଏ । ଏହି ଦିନ ଚାଷୀ ଅଖିମୁଠି ଅନୁକୂଳ କରିଥାନ୍ତି । ତେଣୁ ଏହାକୁ କୃଷିଭିତ୍ତିକ ପର୍ବ ବା କୃଷକଙ୍କ ପର୍ବ ବୋଲି ମଧ୍ୟ ବିବେଚନା କାରଯାଏ । ଚାଷୀ ଆଜି ନିଜ ବିଲରେ ଅଖିମୁଠି ବିହନ ବୁଣି ମା ଲକ୍ଷ୍ମୀଙ୍କ ପୂଜାର୍ଚ୍ଚନା ସହ ପ୍ରାର୍ଥନା କରନ୍ତି । କ୍ଷେତର ଐଶ୍ବନ୍ୟ କୋଣରେ ନୈବେଦ୍ୟ ଦେଇ ମୁଠାମୁଠା ବିହନ ବୁଣିଥାନ୍ତି, […]