ନଭେମ୍ବରରେ ଅନୁଷ୍ଠିତ ହେବ ଜିଲ୍ଲାସ୍ତରୀୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ମେଳା…
ପ୍ରଦର୍ଶିତ ହେବ ଜୀବନ୍ତ ମତ୍ସ୍ୟ ଓ ବିଭିନ୍ନ ପ୍ରଜାତିର ଗୃହପାଳିତ ପ୍ରାଣୀ ସମ୍ପଦ ଗଜପତି, (ଏଫ୍ଟୁଏସ୍/ ବିବେକାନନ୍ଦ ବେହେରା) : ଗଜପତି ଜିଲ୍ଲା ସଦର ମହକୁମା ପାରଳାଖେମୁଣ୍ଡିସ୍ଥିତ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟରେ ଜିଲ୍ଲାସ୍ତରୀୟ ମତ୍ସ୍ୟ ଓ ପ୍ରାଣୀସମ୍ପଦ ମେଳା ନିମନ୍ତେ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲାପାଳ ଶ୍ରୀଯୁକ୍ତ ବିଜୟ କୁମାର ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ମେଳାକୁ ଜିଲ୍ଲାର ଚାଷୀ ଓ ଜନସାଧାରଣଙ୍କ ପାଇଁ ଆକର୍ଷଣୀୟ କରିବା ପାଇଁ ବିଭିନ୍ନ ବିଷୟ ଉପରେ ଆଲୋଚନା କରାଯାଇଥିଲା । […]