ଓଡିଶା ମନୋରଞ୍ଜନ

ଜୀବନ ଯୁଦ୍ଧରେ ହାରିଗଲେ ଗଉରା … ପରପାରିରେ ପିଣ୍ଟୁ ନନ୍ଦ

ପରପାରିରେ ପିଣ୍ଟୁ ନନ୍ଦ । ଆଉ ଦେଖିବାକୁ ମିଳିବନି ରାଣ୍ଡି ପୁଅ ଅନନ୍ତାର ଅଭିନେତା ପିଣ୍ଟୁ ନନ୍ଦଙ୍କ ଅଭିନୟ । ଗତକାଲି ବିଳମ୍ବିତ ରାତିରେ ହାଇଦ୍ରାବାଦରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ପରଲୋକ ହୋଇଛି । ଏ ନେଇ ସୂଚନା ଦେଇଛନ୍ତି ଓଡିଶା ସିନେ ଆର୍ଟିଷ୍ଟ ଆସୋସିଏସନର ସାଧାରଣ ସମ୍ପାଦକ ଶ୍ରୀତମ ଦାସ । ଓଡିଆ ଆଲବମ ହେଉ ବା ଫିଲ୍ମରେ ନିଜର ଅଭିନୟର ଯାଦୁଗିରିରେ ସେ ଦର୍ଶକଙ୍କୁ ବାନ୍ଧି ରଖୁଥିଲେ । ପିଣ୍ଟୁ ନନ୍ଦଙ୍କ ଅଭିନୟ ସବୁବେଳେ […]

ଦେଶ ବିଦେଶ

୧୨ ରାଜ୍ୟରେ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି । ବିଶ୍ୱଭୂଷଣ ହରିଚନ୍ଦନଙ୍କୁ ଛତିଶଗଡ଼ର ନୂଆ ରାଜ୍ୟପାଳ ଜାୟିତ୍ବ

୧୨ ରାଜ୍ୟରେ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି ଦେଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ବିଶ୍ୱଭୂଷଣ ହରିଚନ୍ଦନଙ୍କୁ ଛତିଶଗଡ଼ର ନୂଆ ରାଜ୍ୟପାଳ ଭାବେ ମିଳିଛି ନିଯୁକ୍ତି । ଏହାପୂର୍ବରୁ ବିଶ୍ୱଭୂଷଣ ଆନ୍ଧ୍ରପ୍ରଦେଶର ରାଜ୍ୟପାଳ ଭାବେ ଦାୟିତ୍ୱ ତୁଲାଉଥିଲେ । ସେହିଭଳି ମହାରାଷ୍ଟ୍ରର ରାଜ୍ୟପାଳ ପଦରୁ ଭଗତ ସିଂ କୋଶୟାରୀ ଇସ୍ତଫା ଦେଇଛନ୍ତି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭଗତଙ୍କ ଇସ୍ତଫାକୁ ଗ୍ରହଣ କରିଥିବା ବେଳେ ଝାଡ଼ଖଣ୍ଡର ରାଜ୍ୟପାଳ ରମେଶ ବୈଶଙ୍କୁ ମହାରାଷ୍ଟ୍ରର ନୂଆ ରାଜ୍ୟପାଳ ଭାବେ ନିଯୁକ୍ତ କରିଛନ୍ତି । […]