ସାଲୁଗା ପ୍ରଧାନ ହେଲେ ବିଧାନସଭାର ନୂଆ ଉପ-ବାଚସ୍ପତି…
ଭୁବନେଶ୍ୱର, ୨୧/୧୧ : ସାଲୁଗା ପ୍ରଧାନ ହେଲେ ବିଧାନସଭାର ନୂଆ ଉପ-ବାଚସ୍ପତି । ସାଲୁଗା ପ୍ରଧାନ ନିର୍ଦ୍ୱନ୍ଦ୍ୱରେ ବିଧାନସଭାର ଉପ-ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି । ସାଲୁଗା ପ୍ରଧାନ ଏକମାତ୍ର ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କରିଥିଲେ । ମଙ୍ଗଳବାର ବିଧାନସଭା ଅଧିବେଶନ ଆରମ୍ଭ ପୂର୍ବରୁ ବାଚସ୍ପତି ପ୍ରମିଳା ମଲ୍ଲିକ ଗୃହରେ ଆନୁଷ୍ଠାନିକ ଭାବେ ଉପ-ବାଚସ୍ପତିଙ୍କ ନାମ ଘୋଷଣା କରିଛନ୍ତି । ୬୪ ବର୍ଷିୟ ସାଲୁଗା ପ୍ରଧାନ କନ୍ଧମାଳ ଜିଲ୍ଲାର ଜଣେ ଟାଣୁଆ ଆଦିବାସୀ ନେତା । […]