ଓଡିଶା

ପରଲୋକରେ ପୂର୍ବତନ ରାଷ୍ଟ୍ରଦୂତ ଅବସର ବେଉରିଆ

ପରଲୋକରେ ପୂର୍ବତନ ରାଷ୍ଟ୍ରଦୂତ ଅବସର ବେଉରିଆ । ବିଳମ୍ବିତ ରାତିରେ ଭୁବନେଶ୍ୱରସ୍ଥିତ ଏକ ଘରୋଇ ହସ୍ପିଟାଲରେ ସେ ତାଙ୍କର ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି । ହୃଦଘାତ ଯୋଗୁଁ ଅବସର ବେଉରିଆଙ୍କ ମୃତ୍ୟୁ ହୋଇଥିବା ହସ୍ପିଟାଲ ପକ୍ଷରୁ ସୂଚନା ମିଳିଛି । ମୃତ୍ୟୁ ବେଳକୁ ତାଙ୍କୁ ୮୦ ବର୍ଷ ହୋଇଥିଲା । ଅବସର ବେଉରିଆଙ୍କ ଦୁଇ ଝିଅ ଆମେରିକାରେ ଥିବାରୁ ସେମାନେ ଆସିବା ପରେ ତାଙ୍କର ଅନ୍ତିମ ସଂସ୍କାର ହେବ ବୋଲି ପରିବାର ପକ୍ଷରୁ ସୂଚନା ରହିଛି […]