୧୨ ରାଜ୍ୟରେ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି । ବିଶ୍ୱଭୂଷଣ ହରିଚନ୍ଦନଙ୍କୁ ଛତିଶଗଡ଼ର ନୂଆ ରାଜ୍ୟପାଳ ଜାୟିତ୍ବ
୧୨ ରାଜ୍ୟରେ ନୂଆ ରାଜ୍ୟପାଳଙ୍କୁ ନିଯୁକ୍ତି ଦେଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ବିଶ୍ୱଭୂଷଣ ହରିଚନ୍ଦନଙ୍କୁ ଛତିଶଗଡ଼ର ନୂଆ ରାଜ୍ୟପାଳ ଭାବେ ମିଳିଛି ନିଯୁକ୍ତି । ଏହାପୂର୍ବରୁ ବିଶ୍ୱଭୂଷଣ ଆନ୍ଧ୍ରପ୍ରଦେଶର ରାଜ୍ୟପାଳ ଭାବେ ଦାୟିତ୍ୱ ତୁଲାଉଥିଲେ । ସେହିଭଳି ମହାରାଷ୍ଟ୍ରର ରାଜ୍ୟପାଳ ପଦରୁ ଭଗତ ସିଂ କୋଶୟାରୀ ଇସ୍ତଫା ଦେଇଛନ୍ତି । ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଭଗତଙ୍କ ଇସ୍ତଫାକୁ ଗ୍ରହଣ କରିଥିବା ବେଳେ ଝାଡ଼ଖଣ୍ଡର ରାଜ୍ୟପାଳ ରମେଶ ବୈଶଙ୍କୁ ମହାରାଷ୍ଟ୍ରର ନୂଆ ରାଜ୍ୟପାଳ ଭାବେ ନିଯୁକ୍ତ କରିଛନ୍ତି । […]