ମହରମ୍ ପର୍ବ ପାଇଁ ଜୁଲାଇ ୨୯ ତାରିଖକୁ ଛୁଟି ଘୋଷଣା କଲେ ରାଜ୍ୟ ସରକାର
ଭୁବନେଶ୍ବର : ମହରମ୍ ପର୍ବ ପାଇଁ ଜୁଲାଇ ୨୯ ତାରିଖ ଶନିବାରକୁ ଛୁଟି ଘୋଷଣା କରିଛନ୍ତି ରାଜ୍ୟ ସରକାର । ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ ପକ୍ଷରୁ ଏନେଇ ବିଧିବଦ୍ଧ ବିଜ୍ଞପ୍ତି ଜାରି କରାଯାଇଛି । ରାଜସ୍ୱ ଓ ବିପର୍ଯ୍ୟୟ ପ୍ରଶମନ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ, ଜୁଲାଇ ୨୮ ତାରିଖ ପରିବର୍ତ୍ତେ ୨୯ ତାରିଖରେ ମହରମ୍ ପାଇଁ ସମସ୍ତ ସରକାରୀ କାର୍ଯ୍ୟାଳୟ, ରାଜସ୍ୱ ଓ ମାଜିଷ୍ଟ୍ରେଟ୍ କୋର୍ଟ ଛୁଟି ରହିବ ।