ଓଡିଶା

ଆଜି ୧୫ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି…

ବ୍ୟୁରୋ ରିପୋର୍ଟ : କେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ସକ୍ରିୟ ଘୂର୍ଣ୍ଣିବଳୟ ଲଘୁଚାପ କ୍ଷେତ୍ରରେ ପରିଣତ ହୋଇଛି । ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗର ପାର୍ଶ୍ଵବର୍ତ୍ତୀ ଉତ୍ତର ଆନ୍ଧ୍ର ଏବଂ ଦକ୍ଷିଣ ଓଡ଼ିଶା ଉପକୂଳବର୍ତ୍ତୀ ସମୁଦ୍ର ଅଞ୍ଚଳରେ ଏହି ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ସହ ଜଡ଼ିତ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ୭.୬ କିଲୋମିଟର ବ୍ୟାପିଛି । ଲଘୁଚାପ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ହେବାର ସମ୍ଭାବନା ରହିଛି । ଏ ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର […]

ଓଡିଶା

ଅସହ୍ୟ ତାତିରୁ ମିଳିବ ଆଶ୍ବସ୍ତି, କାଳବୈଶାଖୀ ପାଇଁ ୟେଲୋ ଆଲର୍ଟ ଜାରି…

ଅସହ୍ୟ ତାତିରୁ ମିଳିବ ଆଶ୍ବସ୍ତି । ଆଜି ପାଇଁ ୬ ଜିଲ୍ଲା ଏବଂ ୭ ତାରିଖରେ ୨୦ ଜିଲ୍ଲାକୁ କାଳବୈଶାଖୀ ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି । ରାଜ୍ୟରେ ପାଗରେ ପରିବର୍ତ୍ତନ ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସାରା ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ସହ ଅସହ୍ୟ ତାତିରେ ଆଉଟୁପାଉଟୁ ହେଉଛନ୍ତି ଲୋକେ । ଅସହ୍ୟ ତାତି ସାଙ୍ଗକୁ ଗୁଳୁଗୁଳିରେ କଲବଲ ହେଉଛନ୍ତି ରାଜ୍ୟବାସୀ । ଏପରିକି ଘରୁ ବାହାରିବା […]

ଓଡିଶା

ଗଞ୍ଜାମ ଜିଲ୍ଲାରେ କାଳବୈଶାଖୀର ପ୍ରଭାବ । ଗଛ ପଡି ବାଇକ ନଷ୍ଟ…

ଗଞ୍ଜାମ : ଗଞ୍ଜାମ ଜିଲ୍ଲା ବେଗୁନିଆପଡା ବ୍ଲକରେ କାଳ ବୈଶାଖୀର ପ୍ରଭାବ । ବର୍ଷା ଓ ପବନରେ ଗଛ ଭାଙ୍ଗି ପଡିବା ସହ ଗମନାଗମନ ଠପ୍ । ଏଥିସହ ଘଣ୍ଟା ଘଣ୍ଟା ଧରି ବିଦ୍ୟୁତ ସରବରାହ ବନ୍ଦ । ଫଳରେ ନାହିଁ ନଥିବା ଅସୁବିଧା ଭୋଗୁଛନ୍ତି ସାଧାରଣଜନତା । ଶୁକ୍ରବାର ଅପରାହ୍ନରେ କାଳ ବୈଶାଖୀର ପ୍ରଭାବରେ ବ୍ଲକ ଅନ୍ତର୍ଗତ ଏସ୍.ଛଚିନା ଗଡାନାଳ ନିକଟରେ ଗଛ ପଡିବା ଫଳରେ ପୂର୍ତ୍ତ ବିଭାଗ ରାସ୍ତାରେ କିଛି ସମୟ ପାଇଁ ଗମନାଗମନ […]

ଓଡିଶା

ଭୁବନେଶ୍ୱରରେ ଆଜିଠୁ ୧୮ ପର୍ଯ୍ୟନ୍ତ କାଳବୈଶାଖୀ ସହ ବର୍ଷା ସମ୍ଭାବନା

(ବ୍ୟୁରୋ ରିପୋର୍ଟ) : ପଶ୍ଚିମା-ଝଡ଼ ପ୍ରଭାବରେ ରାଜ୍ୟରେ ପାଗ ପରିବର୍ତ୍ତନ ହୋଇଛି । ଆକାଶ ମେଘାଛନ୍ନ ରହିଥିବାବେଳେ କିଛି ଅଞ୍ଚଳରେ ବର୍ଷା ହେଉଛି । ପାଣିପାଗ କେନ୍ଦ୍ର ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ, ପଶ୍ଚିମା ଝଡ଼ ପ୍ରଭାରେ ଆଜି ରାଜ୍ୟର ୧୩ଟି ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷାର ସମ୍ଭାବନା ରହିଛି । ସେହି ଜିଲ୍ଲା ଗୁଡ଼ିକ ହେଲା ସୁନ୍ଦରଗଡ଼, କେନ୍ଦୁଝର, କନ୍ଧମାଳ, କଳାହାଣ୍ଡି, ରାୟଗଡ଼ା, ଦେବଗଡ଼, ମୟୂରଭଞ୍ଜ, ଢେଙ୍କାନାଳ, ଅନୁଗୋଳ, ମାଲକାନଗିରି, କୋରାପୁଟ, ନବରଙ୍ଗପୁର ଓ ନୂଆପଡ଼ା । […]

ଓଡିଶା

କାଳବୈଶାଖୀ ସମ୍ଭାବନା, ୧୧ ଜିଲ୍ଲାରେ ୟେଲୋ ୱାର୍ଣ୍ଣିଂ ଜାରି

ରାଜ୍ୟବାସୀଙ୍କୁ ଅସ୍ତବ୍ୟସ୍ତ କଲାଣି ଅସହ୍ୟ ଗୁଳୁଗୁଳି । ଆଗକୁ ଆହୁରି ଗ୍ରୀଷ୍ମ ପ୍ରବାହ ବଢିବା ସହ ଗୁଳୁଗୁଳି ହେବ ବୋଲି କହିଛି ଭୁବନେଶ୍ୱର ଆଂଚଳିକ ପାଣିପାଗ ବିଭାଗ । ଆଗାମୀ ୩ ଦିନ ମଧ୍ୟରେ ତାପମାତ୍ରା ବଢିବ । ରାଜ୍ୟର ଅନେକ ସ୍ଥାନରେ ତାପମାତ୍ରା ୨ରୁ ୩ ଡିଗ୍ରୀ ବଢିବାର ସମ୍ଭାବନା ରହିଛି । ଏବଂ ତାପମାତ୍ରା ବୃଦ୍ଧି ସହ ଉପକୂଳ ଓଡିଶାର କିଛି ଅଂଚଳରେ ଗୁଳୁଗୁଳି ସମ୍ଭାବନା ରହିଛି ।ସୂଚନା ଅନୁସାରେ, ଆସନ୍ତା ୨୪ ଘଣ୍ଟା […]

ଓଡିଶା

ଆଜି ବି ଜାରି ରହିବ କାଳବୈଶାଖୀ ତାଣ୍ଡବ !

ରାଜ୍ୟରେ ଆଜି ବି ଜାରି ରହିବ କାଳବୈଶାଖୀ ତାଣ୍ଡବ । ଏ ନେଇ ୨୨ଟି ଜିଲ୍ଲାରେ କାଳବୈଶାଖୀ ପ୍ରଭାବରେ ବର୍ଷା ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି । କାଳବୈଶାଖୀ ପ୍ରଭାବରେ କିଛି ସ୍ଥାନରେ ୩୦ରୁ ୪୦ କିଲୋମିଟର ବେଗରେ ପବନ ବହିପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କ କରାଯାଇଛି । କାଳବୈଶାଖୀ ପ୍ରଭାବରେ ରାଜଧାନୀ ଭୁବନେଶ୍ୱର ସମେତ ୬ଟି ଜିଲ୍ଲା ଅନୁଗୋଳ, କଟକ, ଖୋର୍ଦ୍ଧା, […]