ପରପାରିରେ ସରକାରୀ ଦଳର ତୀବ୍ର ସମାଲୋଚକ ବିଷ୍ଣୁ ସେଠୀ । ରାଜ୍ୟ ରାଜନୀତିରେ ଅପୂରଣୀୟ କ୍ଷତି ।
ଭଦ୍ରକ ଜିଲ୍ଲା ଧାମନଗରର ବିଜେପି ବିଧାୟକ ତଥା ବିରୋଧୀ ଦଳର ଉପନେତା ବିଷ୍ଣୁ ସେଠୀଙ୍କର ହୃଦଘାତ ଯୋଗୁଁ ଆଜି ସକାଳୁ ପରଲୋକ ହୋଇଛି । ଭୁବନେଶ୍ୱର ଏମ୍ସରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ଦେହାନ୍ତ ହୋଇଛି । ବିଷ୍ଣୁ ସେଠୀ ପ୍ରାୟ ବର୍ଷେ ହେବ କିଡନୀ ରୋଗରେ ପୀଡ଼ିତ ଥିଲେ । ତେବେ ମାସକ ତଳେ ତାଙ୍କର ଫୁସଫୁସ୍ ସଂକ୍ରମଣ ଓ ବ୍ରେନ୍ ଷ୍ଟ୍ରୋକ୍ ହେବାରୁ ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଥିଲା । ମୃତ୍ୟୁବେଳକୁ ତାଙ୍କୁ ୬୧ ବର୍ଷ […]