ଲୋକସେବା ଭବନରେ ନିଆଁ…
ଭୁବନେଶ୍ୱର : ଭୁବନେଶ୍ବରରେ ଥିବା ଲୋକସେବା ଭବନରେ ନିଆଁ । ଲୋକସେବା ଭବନର ରାଜସ୍ୱ ବିଭାଗ କୋଠାର ପ୍ରଥମ ମହଲାରେ ନିଆଁ ଲାଗିଥିବା ଜଣାପଡ଼ିଛି । ଖବର ପାଇ ଅଗ୍ନିଶମ ବିଭାଗ ଘଟଣା ସ୍ଥଳରେ ପହଂଚି ନିଆଁକୁ ଆୟତ କରିବାକୁ ଉଦ୍ୟମ କରୁଛି । ତେବେ କେଉଁ କାରଣରୁ ନିଆଁ ଲାଗିଲା ତାହା ଜଣାପଡ଼ିନାହିଁ । ସର୍ଟ ସର୍କିଟରୁ ନିଆଁ ଲାଗିଥାଇପାରେ ବୋଲି ଅନୁମାନ କରାଯାଉଛି ।