ଓଡିଶା

ଆଗାମୀ ୨୪ ଘଣ୍ଟାରେ ପ୍ରବଳ ଛେଚିବ ବର୍ଷା !

ଉତ୍ତର ପଶ୍ଚିମ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ପଶ୍ଚିମବଙ୍ଗ ଉପକୂଳ ଏବଂ ତତସଲଗ୍ନ ବାଂଲାଦେଶ ଉପକୂଳ ଅଞ୍ଚଳରେ ସୃଷ୍ଟି ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇପାରେ । ଏହି ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ପଶ୍ଚିମ-ଉତ୍ତର ପଶ୍ଚିମ ଦିଗରେ ଗତି କରିବ । ଏହାର ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ବଢ଼ିବ ।  ଆଗାମୀ ୨୪ ଘଣ୍ଟାରେ ଉତ୍ତର ଓଡ଼ିଶାର କେତେକ ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ଥିବା ନେଇ ସୂଚନା ଦେଇଛି ଭୁବନେଶ୍ୱର ଆଞ୍ଚଳିକ […]

ଓଡିଶା

୧୭ ରେ ରାଜ୍ୟରେ ପ୍ରବଳ ବର୍ଷା ନେଇ ୟେଲୋ ୱାର୍ଣ୍ଣିଂ ଜାରି…

ବ୍ୟୁରୋ, (ଏଫ୍ଟୁଏସ୍) ୧୬/୦୭ : ଉତ୍ତର-ପଶ୍ଚିମ ସଂଲଗ୍ନ ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ସୋମବାର ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି । ଏହା ବାୟୁମଣ୍ଡଳର ୭.୬ କି.ମି. ଯାଏ ବ୍ୟାପିବା ସହ ଦକ୍ଷିଣ-ପଶ୍ଚିମ ଦିଗକୁ ଢଳି ରହିଛି । ଏହା ପ୍ରଭାବରେ ରାଜ୍ୟରେ ସୋମବାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହୋଇଛି । ଦିନତମାମ ବର୍ଷା ଲାଗି ରହିଥିବା ବେଳେ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହୋଇଥିବା ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ପକ୍ଷରୁ […]

ଓଡିଶା

୨୪ ବେଳକୁ ପ୍ରବଳ ବର୍ଷା ସମ୍ଭାବନା…

ଅସହ୍ୟ ତାତିରୁ ନିସ୍ତାର ପାଇବେ ରାଜ୍ୟବାସୀ । ବଙ୍ଗୋପସାଗରରେ ଲଘୁଚାପ ସୃଷ୍ଟି ନେଇ ପୂର୍ବାନୁମାନ କରିଛି ଆଞ୍ଚଳିକ ପାଣିପାଗ କେନ୍ଦ୍ର । ଆକଳନ ଅନୁସାରେ ଆସନ୍ତା ୨୨ ତାରିଖରେ ଦକ୍ଷିଣପଶ୍ଚିମ ବଙ୍ଗୋପସାଗରରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ସମୁଦ୍ର ଭିତରେ ଧିରେ ଧିରେ ଦକ୍ଷିଣ-ପୂର୍ବ ଦିଗକୁ ଗତି କରି ଅବପାତର ରୁପ ନେଇପାରେ । ମେ ୨୪ ତାରିଖ ବେଳକୁ ଏହା ଘନୀଭୂତ ହୋଇ ଉତ୍ତରପୂର୍ବ ଦିଗରେ ଗତି କରି କେନ୍ଦ୍ରୀୟ […]

ଓଡିଶା

ଅସହ୍ୟ ତାତିରୁ ମିଳିବ ଆଶ୍ବସ୍ତି, କାଳବୈଶାଖୀ ପାଇଁ ୟେଲୋ ଆଲର୍ଟ ଜାରି…

ଅସହ୍ୟ ତାତିରୁ ମିଳିବ ଆଶ୍ବସ୍ତି । ଆଜି ପାଇଁ ୬ ଜିଲ୍ଲା ଏବଂ ୭ ତାରିଖରେ ୨୦ ଜିଲ୍ଲାକୁ କାଳବୈଶାଖୀ ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି । ରାଜ୍ୟରେ ପାଗରେ ପରିବର୍ତ୍ତନ ନେଇ ପୂର୍ବାନୁମାନ କରିଛି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର । ସାରା ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ସହ ଅସହ୍ୟ ତାତିରେ ଆଉଟୁପାଉଟୁ ହେଉଛନ୍ତି ଲୋକେ । ଅସହ୍ୟ ତାତି ସାଙ୍ଗକୁ ଗୁଳୁଗୁଳିରେ କଲବଲ ହେଉଛନ୍ତି ରାଜ୍ୟବାସୀ । ଏପରିକି ଘରୁ ବାହାରିବା […]

ଓଡିଶା

ଅସହ୍ୟ ତାତିରୁ ମିଳିବ ଆଶ୍ବସ୍ତି, ଆସୁଛି ଲଘୁଚାପ

ଆସୁଛି ଲଘୁଚାପ । ଏପ୍ରିଲ ୬ ତାରିଖ ବେଳକୁ ଦକ୍ଷିଣ ଆଣ୍ଡାମାନ ସାଗର ଓ ତାହାର ପାର୍ଶ୍ୱବର୍ତ୍ତୀ ଅଞ୍ଚଳରେ ବାୟୁମଣ୍ଡଳର ଉପରି ଭାଗରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବାର ସମ୍ଭାବନା ରହିଛି । ଏହା ପ୍ରଭାବରେ ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଅଂଚଳରେ ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ରହିଛି  । ଏ ସମ୍ପର୍କରେ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ସୂଚନା ଦେଇ କହିଛନ୍ତି ଯେ, ୬ ତାରିଖରେ ଦକ୍ଷିଣ […]