ଆଗାମୀ ୧୨ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା, ବଢିପାରେ ବର୍ଷାର ପରିମାଣ…
ଭୁବନେଶ୍ବର : ଉତ୍ତର-ପୂର୍ବ, ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସକ୍ରିୟ ହେବା କାରଣରୁ ଆଜି ରାଜ୍ୟର ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିଛି । ଏହି ସକ୍ରିୟ ଘୂର୍ଣ୍ଣିବଳୟ ପ୍ରଭାବରେ ଆଗାମୀ ୧୨ ଘଣ୍ଟାରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର ସମ୍ଭାବନା ଥିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି । ସୂଚନା ଅନୁସାରେ, ଉତ୍ତର-ପୂର୍ବ, ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନ ଠାରୁ ବାୟୁମଣ୍ଡଳରେ ୭.୬ କିମି ଉଚ୍ଚତା ଯାଏଁ ବ୍ୟାପିଛି । ଏହି ଘୂର୍ଣ୍ଣିବଳୟ […]