ଓଡିଶା

ବିଧାୟକ ଭାବେ ଶପଥ ନେଲେ ୫ଟି ପାଳିର ମୁଖ୍ୟମନ୍ତ୍ରୀ ନବୀନ…

ବଦଳିଛି ସରକାର । ଆଉ ବଦଳିଛି ପଦବୀ । ଏହାରି ଭିତରେ ଗତ ୫ଟି ପାଳିରେ ମୁଖ୍ୟମନ୍ତ୍ରୀ ଗାଦିରେ ବସୁଥିବା ନବୀନ ପଟ୍ଟନାୟକ ଏଥର କିନ୍ତୁ ବିରୋଧୀ ଦଳ ଆସନରେ ବସିଛନ୍ତି । ହିଞ୍ଜିଳିରୁ ବିଧାୟକ ଭାବେ ନିର୍ବାଚିତ ହୋଇ ସେ ଶପଥ ଗ୍ରହଣ କରିଛନ୍ତି । କାମଚଳା ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ୱାଇଁ ନବୀନଙ୍କୁ ବିଧାୟକ ଭାବେ ଶପଥପାଠ କରାଇଛନ୍ତି । ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପ୍ରଥମେ ବିଧାୟକ ଭାବେ ଶପଥ ଗ୍ରହଣ କରିଥିବା […]

ଓଡିଶା

ବିଧାନସଭାରେ ଶପଥ ନେଲେ ନୂଆ ମୁଖ୍ୟମନ୍ତ୍ରୀ, ଆରମ୍ଭ ହେଲା ପ୍ରଥମ ଅଧିବେଶନ…

ଆଜିଠୁ ଆରମ୍ଭ ହୋଇଛି ବିଧାନସଭାର ୩ ଦିନିଆ ସ୍ୱତନ୍ତ୍ର ଅଧିବେଶନ । ଏହି ଅବସରରେ ଶପଥ ନେଉଛନ୍ତି ରାଜ୍ୟର ସମସ୍ତ ନବନିର୍ବାଚିତ ବିଧାୟକ । ସେମାନଙ୍କୁ ଶପଥ ପାଠ କରାଇଛନ୍ତି ଅସ୍ଥାୟୀ ବାଚସ୍ପତି ରଣେନ୍ଦ୍ର ପ୍ରତାପ ସ୍ୱାଇଁ । ଏଥର ବିଧାନସଭାକୁ ଆସିଛନ୍ତି ରେକର୍ଡ ସଂଖ୍ୟକ ୮୨ ଜଣ ନୂଆ ବିଧାୟକ । ପ୍ରଥମ ଥର ପାଇଁ ବିଧାୟକ ହୋଇଥିବା ନେତାମାନେ ବିଧାନସଭାକୁ ମୁଣ୍ଡିଆ ମାରି ପ୍ରବେଶ କରୁଥିବା ଦେଖିବାକୁ ମିଳିଥିଲା ।ପ୍ରଥମେ ବିଧାୟକ ଭାବେ ଶପଥ […]

ଓଡିଶା

ଓଡ଼ିଶା ପାଇବ ପ୍ରଥମ ମହିଳା ବାଚସ୍ପତି ! ବାଚସ୍ପତି ପ୍ରାର୍ଥୀ ଭାବେ ନାମାଙ୍କନ ଦାଖଲ କଲେ ପ୍ରମିଳା ମଲ୍ଲିକ…

ବାଚସ୍ପତି ପ୍ରାର୍ଥୀ ଭାବେ ଆଜି ନାମାଙ୍କନ ପତ୍ର ଦାଖଲ କରିଛନ୍ତି ପ୍ରମିଳା ମଲ୍ଲିକ । ବିଧାନସଭାର ସଚିବଙ୍କ ପାଖରେ ସେ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ବିଜେଡିର ବରିଷ୍ଠ ନେତାଙ୍କ ଉପସ୍ଥିତିରେ ଏହି ନାମାଙ୍କନ ପତ୍ର ଦାଖଲ କରିଛନ୍ତି ପ୍ରମିଳା । ପ୍ରାର୍ଥିପତ୍ର ଦାଖଲ ସମୟରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରସ୍ତାବକ ଓ ମନ୍ତ୍ରୀ ନୀରଂଜନ ପୂଜାରୀ ସମର୍ଥକ ରହିଥିଲେ । ରାଜସ୍ୱ ମନ୍ତ୍ରୀ ପ୍ରମିଳା ମଲ୍ଲିକଙ୍କୁ ଗତକାଲି ବିଜେଡି ପ୍ରାର୍ଥୀ ଘୋଷଣା କରିଥିଲା । […]

ଓଡିଶା

ଆରମ୍ଭ ହେଲା ବିଧାନସଭାର ମୌସୁମୀ ଅଧିବେଶନ, ହୁଲୁସ୍ତୁଲୁ ହେବ ଗୃହ

ଆଜିଠୁ ଆରମ୍ଭ ହେଲା ବିଧାନସଭାର ମୌସୁମୀ ଅଧିବେଶନ । ଏଥର ବିଭିନ୍ନ ପ୍ରସଙ୍ଗ ବାବଦକୁ ନେଇ ଗୃହରେ ଚର୍ଚ୍ଚା ହେବ । ପ୍ରଥମ ଦିନରେ ୨୦୨୨-୨୩ ଆର୍ଥିକ ବର୍ଷ ଲାଗି ପୂର୍ଣ୍ଣାଙ୍ଗ ବଜେଟ୍ ଉପସ୍ଥାପନ ହେଉଛି । ଏହି ଅଧିବେଶନରେ ମୋଟ୍ ୨୪ଟି କାର୍ଯ୍ୟ ଦିବସ ରହିଛି । ଅନ୍ୟପଟେ ଚଳିତ ବିଧାନସଭା ଅଧିବେଶନର କାର୍ଯ୍ୟ ସମୟକୁ ଘଣ୍ଟାଏ ବୃଦ୍ଧି କରାଯାଇଛି । ପୂର୍ବରୁ କରୋନା ପାଇଁ ୫ ଘଣ୍ଟା ଚାଲୁଥିବା ବେଳେ ଏବେ ପ୍ରତ୍ୟେକ ଦିନ ୬ […]

ଓଡିଶା

ଓଡ଼ିଶା ବିଧାନସଭାର ବାଚସ୍ପତି ଭାବେ ନିର୍ବାଚିତ ହେଲେ ବିକ୍ରମ କେଶରୀ ଆରୁଖ

ଓଡ଼ିଶା ବିଧାନସଭାର ବାଚସ୍ପତି ଭାବେ ନିର୍ବାଚିତ ହେଲେ ବିକ୍ରମ କେଶରୀ ଆରୁଖ । ଭଞ୍ଜନଗର ନିର୍ବାଚନ ମଣ୍ଡଳୀରୁ ୬ ଥର ବିଧାୟକ ଭାବେ  ନିର୍ବାଚିତ ହୋଇଥିବା ଶ୍ରୀ ଆରୁଖ ଶାସକ ଦଳ ପକ୍ଷରୁ ବାଚସ୍ପତି ପାଇଁ ନାମାଙ୍କନ ଦାଖଲ କରିଥିଲେ । ଏଥିପାଇଁ ଆଜି ବିଧାନସଭାରେ ସ୍ୱତନ୍ତ୍ର ଅଧିବେଶନ ବସିଥିଲା । ଗୃହରେ ଏ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପ୍ରସ୍ତାବ ଆଣିଥିଲେ । ଉପ ବାଚସ୍ପତି ରଜନୀକାନ୍ତ ସିଂହଙ୍କ ନିର୍ଦ୍ଦେଶ ଅନୁଯାୟୀ ମୁଖ୍ୟମନ୍ତ୍ରୀ, ଶ୍ରୀ ଆରୁଖଙ୍କ […]