କଟକ ଜିଲ୍ଲା ସାମ୍ବାଦିକ ସଙ୍ଘର ସାଧାରଣ ବୈଠକ ଓ ଆଲୋଚନା ଚକ୍ର
କଟକ: ଏସ୍.ୟୁ.ଜେ ଅନୁବନ୍ଧିତ କଟକ ଜିଲ୍ଲା ସାମ୍ବାଦିକ ସଙ୍ଘର ସାଧାରଣ ପରିଷଦ ବୈଠକ ଫୁଲ ନଖରା କୁରାଙ୍ଗ ଶାସନ ସ୍ଥିତ ହୋଟେଲ ଆମରପାଲି ରେସଟ୍ ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି । ଜିଲ୍ଲା ସଙ୍ଘ ସଭାପତି ଅଖିଳେଶ ମହାନ୍ତିଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ସଭାରେ ରାଜ୍ୟ ସାମ୍ବାଦିକ ସଙ୍ଘ ସଭାପତି କୈଳାଶ ଚନ୍ଦ୍ର ନାୟକ ମୁଖ୍ୟ ଅତିଥିଭାବେ ଯୋଗଦେଇ ରାଜ୍ୟରେ ସାମ୍ବାଦିକମାନେ ସମ୍ମୁଖୀନ ହେଉଥିବା ବିଭିନ୍ନ ସମସ୍ୟାର ସମାଧାନ ଦିଗରେ ସଙ୍ଘ ଗୁରୁତ୍ୱ ପ୍ରଦାନ କରିବ ବୋଲି ମତବ୍ୟକ୍ତ କରିଥିଲେ […]